www.samajalive.in
Monday, December 15, 2025
16.1 C
Bhubaneswar

ସରକାରୀ ମହାବିଦ୍ୟାଳୟରେ ଆଜାଦୀ କା ଅମୃତ ମହୋତ୍ସବ ଆଲୋଚନା ଚକ୍ର

ଫୁଲବାଣୀ: ସ୍ଥାନୀୟ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଆଜାଦୀ କା ଅମୃତ ମହୋତ୍ସବ ସଂପର୍କିତ ଏକ ଆଲୋଚନା ଚକ୍ର ଆୟୋଜିତ ହୋଇଯାଇଛି। ବରିଷ୍ଠ ଆଇନଜିବୀ ତଥା ସରକାରୀ ଅଧିବକ୍ତା ବିଜୟ କୃଷ୍ଣ ପଟ୍ଟନାୟକ ଏହି ଆଲୋଚନା ଚକ୍ରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭାରତୀୟ ସ୍ଵତନ୍ତ୍ରତା ସଂଗ୍ରାମରେ ଓଡିଶାର ଭୂମିକା ଓ କନ୍ଧମାଳ ଜିଲ୍ଲାର ଅବଦାନ ଉପରେ ଆଲୋକପାତ କରିଥିଲେ ।

ସେହିଭଳି ମୁଖ୍ୟବକ୍ତା ଭାବେ ବରିଷ୍ଠ ଅଧ୍ୟାପକ ଡ.ସୁଜିତ କୁମାର ପଣ୍ଡା ସ୍ବାଧୀନତା ଆନ୍ଦୋଳନର ବରପୁତ୍ର ମାନଙ୍କୁ ସ୍ମରଣ କରି ଦେଶର ସାର୍ବଭୌମତା ଓ ଅଖଣ୍ଡତାକୁ ବଜାୟ ରଖିବା ପାଇଁ ଆହ୍ୱାନ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଯୁକ୍ତ ଦୁଇ ମହାବିଦ୍ୟାଳୟ ଅଧ୍ୟକ୍ଷ କେଦାର ଗୌର କହଁର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଭାରତୀୟ ସ୍ବାଧୀନତା ଆନ୍ଦୋଳନର ବିଶେଷତ୍ୱ ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧ ଉପରେ ବର୍ଣ୍ଣନା କରିଥିଲେ। ଅଧ୍ୟାପକ ପୁଲକ ଚନ୍ଦ୍ର ଫିଲିପସ ସ୍ବାଗତ ଭାଷଣ ଦେଇଥିବା ବେଳେ ଅଧ୍ୟାପିକା ଜ୍ୟୋତିର୍ମୟୀ କହଁର ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀ ମାନେ ବହୁ ସଂଖ୍ୟାରେ ଯୋଗ ଦେଇଥିଲେ।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories