www.samajalive.in
Monday, December 15, 2025
26.1 C
Bhubaneswar

କନ୍ଧମାଳକୁ ଛୁଇଁଲାଣି ପହିଲି ଶୀତ

ଫୁଲବାଣୀ: ଲଗାଣ ବର୍ଷା ପରେ ଏବେ କନ୍ଧମାଳରେ ପହିଲି ଶୀତ ଅନୁଭୂତ ହେଉଛି l ସକାଳୁ ସକାଳୁ ଫୁଲବାଣୀ ସାରା ସହର କୁହୁଡିର ସଫେଦ ଚାଦରରେ ଢିଙ୍କି ହୋଇ ରହିଚି l କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଦାରିଙ୍ଗବାଡ଼ି ରାଇକିଆ, ବେଲଘର ଆଦି ସବୁ ଅଞ୍ଚଳରେ ଘନ କୁହୁଡ଼ି ସାଙ୍ଗକୁ ହାଲକା ଶୀତ ଅନୁଭୂତ ହେଉଛି l ଫୁଲବାଣୀ ସହରରେ ହାଲକା ଶୀତ ଓ ଘନ କୁହୁଡ଼ିର ମଜା ନେଉଛନ୍ତି ସହରବାସୀ l ସକାଳୁ ସହର ଯୁବକ ଏବଂ ବୟସ୍କ ପଡ଼ିଆକୁ ଯାଇ ନିଜକୁ ଫିଟ ରଖିବା ପାଇଁ ବାୟାମ୍ କରିବାକୁ ଦେଖିବାକୁ ମିଳିଛି l ହାଲକା ଥଣ୍ଡା ସାଙ୍ଗକୁ କୁହୁଡ଼ି କାକର ବୁନ୍ଦା ଗଛର ପତ୍ରରେ ଦେଖିବାକୁ ମିଳିଛି l ସନ୍ଧ୍ୟା ସମୟରେ ମଧ୍ୟ ହାଲକା ଶୀତ ଅନୁଭୂତ ହେଉଛି ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories