www.samajalive.in
Tuesday, December 9, 2025
16.1 C
Bhubaneswar

ଜାତୀୟ ପୋଷଣ ମାସ ପାଳିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା କଳିଙ୍ଗା ପଂଚାୟତ ଅନ୍ତର୍ଗତ ଅନ୍ତର୍ଗତ ମାହାନାଜୁଠାରେ ଜାତୀୟ ପୋଷଣ ମାସ ପାଳିତ ହୋଇଯାଇଛି। ଆୟୋଜିତ ଏହି କାର୍ଯ୍ୟକ୍ରମରେ କଳିଙ୍ଗାର ସରପଂଚ ରେବେକା ପ୍ରଧାନ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ସୁସ୍ଥ ଓ ସବଳ ରହିବାକୁ ହେଲେ ଉପଯୁକ୍ତ ପୋଷଣଯୁକ୍ତ ଖାଦ୍ୟ ଗ୍ରହଣ କରିବାକୁ ପଡ଼ିବା ଉପରେ ଗୁରୁତ୍ୱ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସ୍ଥାନୀୟ ଜିଲ୍ଲା ପରିଷଦ ସଭ୍ୟ ଅମରସିଂ ନାୟକ, ପୂର୍ବତନ ୱାର୍ଡ ସଭ୍ୟ ସୁରେନ୍ଦ୍ର ପ୍ରଧାନ, ଅଙ୍ଗନୱାଡ଼ି କର୍ମୀ ଅଧିରାଦେଇ ପ୍ରଧାନ ଓ ଆଶା କର୍ମୀ ମାମି ସାହୁ ପ୍ରମୁଖ ଅତିଥି ରୂପେ ଯୋଗଦାନ କରି ବାଡ଼ିବଗିଚାର ଫାଇଦା ସମ୍ପର୍କରେ ଆଲୋଚନା କରିଥିଲେ। ପୋଷଣଯୁକ୍ତ ଖାଦ୍ୟ ଖାଇବାର ମହତ୍ୱ ସମ୍ପର୍କରେ ବୁଝାଯିବା ସହ ଗର୍ଭବତୀ ମା’, କିଶୋରୀ ବାଳିକା, ବରିଷ୍ଠ ନାଗରିକ, ଛୋଟ ଶିଶୁ ପ୍ରଭୃତିଙ୍କୁ ଅଧିକ ଯତ୍ନ ନେବା ସହ ଏମାନଙ୍କୁ ପ୍ରଚୁର ପରିମାଣରେ ପୋଷଣଯୁକ୍ତ ଖାଦ୍ୟ ଖାଇବାକୁ ଦେବାକୁ ଅନୁରୋଧ କରାଯାଇଥିଲା। ପ୍ରସ୍ତୁତ ହେଉଥିବା ଖାଦ୍ୟରେ ତେଲ ଓ ଘିଅ ଉପଯୁକ୍ତ ପରିମାଣରେ ପକାଇ ଖାଇବା ସମ୍ପର୍କରେ ମଧ୍ୟ ବୁଝାଯାଇଥିଲା। ଏହି ଅବସରରେ ସ୍ଥାନୀୟ ସରପଂଚଙ୍କୁ ମଧ୍ୟ ସମ୍ମାନୀତ କରାଯାଇଥିଲା। ପ୍ରାରମ୍ଭରେ ସ୍ୱାତୀର କର୍ମୀ ଅଶୋକ କୁମାର ତ୍ରିପାଠୀ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେବା ସହ ସମ୍ପ୍ରତି ମହାମାରୀ କୋରୋନା ସହ ଉପଯୁକ୍ତ ପୋଷଣଯୁକ୍ତ ଖାଦ୍ୟର ଆବଶ୍ୟକତା ସମ୍ପର୍କରେ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମରେ କର୍ମୀ ମମତା ଦାଶ ସ୍ୱାଗତ ଭାଷଣ ଦେଇଥିବା ବେଳେ ଶୁଭଲକ୍ଷ୍ମୀ ପ୍ରଧାନ ଧନ୍ୟବାନ ଅର୍ପଣ କରିଥିଲେ। ଏହି ଅବସରରେ ପୋଷଣ ସମ୍ପର୍କିତ ଏକ ପ୍ରଦର୍ଶନୀ ମଧ୍ୟ ଆୟୋଜିତ ହୋଇଥିଲା। ସ୍ୱେଚ୍ଛାସେବୀ ଅନୁଷ୍ଠାନ ସ୍ୱାତୀ ଓ ଓସାସ୍କ ଆନୁକୁଲ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲ।।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories