www.samajalive.in
Sunday, December 7, 2025
13.1 C
Bhubaneswar

ନିଶା ସେବନ ଏବଂ ମାଦକ ଦ୍ରବ୍ୟର ଅପବ୍ୟବହାର ଉପରେ ସଚେତନତା

ଫୁଲବାଣୀ: କେନ୍ଦ୍ର ସରକାରଙ୍କର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରାଳୟ ଭାରତ ସରକାର ଶାଖା ମାଇଁ ଭାରତ ଫୁଲବାଣୀ ତରଫରୁ ନିଶାସେବନ ଏବଂ ମାଦକ ଦ୍ରବ୍ୟର ଅପବ୍ୟବହାର ଉପରେ ସଚେତନତା କାର୍ଯ୍ୟକ୍ରମ ସରକାରୀ ପଲିଟେକନି କଲେଜ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ କୁ ମୁଖ୍ୟ ଅତିଥି ଭାବରେ ସରକାରୀ ପଲିଟେକନିକ କଲେଜର ଅଧକ୍ଷ ପି ଆର ସାମନ୍ତରାୟ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ ଏମ ଆର ପାତ୍ର, ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଲୟର ଦେବାଶିଷ ମିଶ୍ର, ଗୋବିନ୍ଦ ଚନ୍ଦ୍ର ଜେନା ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ନିଶା ସେବନ ଏବଂ ମାଦକ ଦ୍ରବ୍ୟର ଅପବ୍ୟବହାର ଉପରେ ସଚେତନତା ଏବଂ ଶିକ୍ଷଣ କାର୍ଯ୍ୟକ୍ରମ ଉପରେ ଆଲୋଚନା କରାଯାଇ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୁଇଜ ପ୍ରତିଯୋଗିତାରେ ବିଜୟୀ ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ବାରା ଟ୍ରଫି ଓ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories