www.samajalive.in
Sunday, November 16, 2025
15.1 C
Bhubaneswar

ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ: ସରକାରୀ ସହାୟତା ଲାଗି ପ୍ରତିଶ୍ରୁତି

ଫୁଲବାଣୀ : ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ, ସରକାରୀ ସହାୟତା ଲାଗି ଜିଲ୍ଲାପାଳଙ୍କୁ ଗୁହାରୀ କଲେ ଯୁବକ। ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ଫିରିଙ୍ଗିଆ ବ୍ଲକ ଡ଼ିମିରିଗୁଡା ପଞ୍ଚାୟତ ବରପଡା ଗାଁରେ। ମିଳିଥିବା ସୂଚନା ଅନୁଯାୟୀ ଗତ କିଛି ତଳେ ଗାଁର ଉଦ୍ଧବ ସାହାଣୀ ନାମକ ଜଣେ ବ୍ୟକ୍ତିଙ୍କର ଅଜଣା ଗାଡି ଧକ୍କାରେ ଗୋଡ ଭାଙ୍ଗିଯାଇଥିଲା। ଗୁରୁତର ଅବସ୍ଥାରେ ରାସ୍ତା କଡରେ ପଡି ଥିବା ସମ୍ପୃକ୍ତ ବ୍ୟକ୍ତିଙ୍କୁ ତାଙ୍କ ପରିବାର ଲୋକେ ପ୍ରଥମେ ଫୁଲବାଣୀ ଓ ପରେ ବ୍ରହ୍ମପୁର ବଡ଼ମେଡିକାଲକୁ ଚିକିତ୍ସା ପାଇଁ ନେଇଥିଲେ। କିନ୍ତୁ ଚିକିତ୍ସା ପରେ ବି ଗୋଡ଼ ଭଲ ହେଲାନାହିଁ । ବାଧ୍ୟ ହୋଇ ଉଦ୍ଧବ ତାଙ୍କର କିଛି ସମ୍ପର୍କୀୟ ଙ୍କ ସହଯୋଗରେ ଫୁଲବାଣୀ ଯାଇ କନ୍ଧମାଳ ଜିଲ୍ଲାପାଳଙ୍କୁ ଭେଟି ଗୁହାରି କରିଛନ୍ତି । ଏବଂ ଭଙ୍ଗା ଗୋଡ଼ର ଚିକିତ୍ସା ପାଇଁ କିଛି ସରକାରୀ ସହାୟତା ଯୋଗାଇଦେବାକୁ ଲିଖିତ ଭାବରେ ଜଣାଇଛନ୍ତି । ସେପଟେ ଜିଲ୍ଲାପାଳ ମଧ୍ୟ ଉଦ୍ଧବଙ୍କ ଚିକିତ୍ସା ପାଇଁ ସମସ୍ତ ଖର୍ଚ୍ଚ ଜିଲ୍ଲା ପ୍ରଶାସନ ବହନ କରିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି।

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories