www.samajalive.in
Saturday, December 6, 2025
23.1 C
Bhubaneswar

ପୁତୁରାର ମାଡ଼ରେ ବଡ଼ବାପାର ମୃତ୍ୟୁ, ଅଭିଯୁକ୍ତ ଅଟକ 

ଫୁଲବାଣୀ : ଫୁଲବାଣୀ ଜିଲ୍ଲା ଫିରିଙ୍ଗିଆ ଥାନା ମେଲୁପଡା ଗାଁରେ ଅଭାବନୀୟ ଘଟଣା ଘଟିଛି।  ପୁତୁରାର ମାଡ଼ରେ ବୃଦ୍ଧ ବଡବାପାର ମୃତ୍ୟୁ ଘଟିଛି। ମୃତକ ଗୁନୀ କହଁର ବୋଲି ଜଣାପଡିଛି। ସୂଚନା ଅନୁସାରେ ଗତକାଲି ମୃତ ଗୁନୀ କହଁର ଓ ତାଙ୍କ ପୁତୁରା ନରେଶ କହଁରଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚସା ହୋଇଥିଲା।  ଏହି ସମୟରେ ନରେଶ କହଁର ଗୁନୀ କହଁରଙ୍କୁ ମାଡ଼ ମାରିଥିଲେ। ଫଳରେ ଗୁନୀ କହଁର ଗୁରୁତର ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ  ପରିବାର ଲୋକେ ଚିକିତ୍ସା ପାଇଁ ଫିରିଙ୍ଗିଆ ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।   ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଅଟକ ରଖି ଅଧିକ ପଚରାଉଚରା କରୁଛି।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories