www.samajalive.in
Saturday, December 6, 2025
26.1 C
Bhubaneswar

ଛୁରା ମାଡରେ ଦୁଇ ଯୁବକ ଗୁରୁତର, ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର

ଫୁଲବାଣୀ : ଫୁଲବାଣୀ ସହର ଉପକଣ୍ଠ ପାଣ୍ଡୁଲି ସାହିରେ ଅଘଟଣ। ଅଜଣା ଦୁର୍ବୃତ୍ତଙ୍କ ଛୁରାମାଡରେ ଦୁଇ ଜଣ ଯୁବକ ଗୁରୁତର ହୋଇଛନ୍ତି।  ସେମାନଙ୍କୁ ପ୍ରଥମେ ଫୁଲବାଣୀ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଉଭୟଙ୍କ ଅବସ୍ଥା ସଂକଟାପନ୍ନ ଥିବା ସୂଚନା ମିଳିଛି। ଗୁରୁତର ମାନେ ହେଲେ, ଖଜୁରୀପଡା ଥାନା ଅଞ୍ଚଳର ସଞ୍ଜୟ ପ୍ରଧାନ  ଏବଂ ଫୁଲବାଣୀ ଟାଉନ ଥାନା ଜିରିଙ୍ଗପଡା ଅଞ୍ଚଳର ରାଜା ମହାନନ୍ଦିଆ। ତେବେ କେଉଁ କାରଣରୁ ଆକ୍ରମଣ କରାଯାଇଛି, ତାହା ଏପର୍ଯ୍ୟନ୍ତ  ସ୍ପଷ୍ଟ ହୋଇନାହିଁ। ପ୍ରତ୍ୟକ୍ଷ ଦର୍ଶୀଙ୍କ  ସୂଚନା ଅନୁଯାୟୀ, ୩ ଜଣ ଅଜଣା ଯୁବକ ଗତକାଲି ସନ୍ଧ୍ୟାରେ ଏକ ମୋଟର ସାଇକେଲରେ ଆସି ଅଚାନକ ସେମାନଙ୍କୁ ଆକ୍ରମଣ କରି ଫେରାର୍ ହୋଇଯାଇଥିଲେ। ସଦର ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories