www.samajalive.in
Monday, December 8, 2025
20.1 C
Bhubaneswar

ଫୁଲବାଣୀର ପ୍ରସିଦ୍ଧ ନାରାୟଣୀ ଯାତ୍ରା, ସନ୍ଧ୍ୟା ଆଳତିରେ ହଜାର ହଜାର ଭକ୍ତଙ୍କ ସମାଗମ

ଫୁଲବାଣୀ: ଗତ ୩ ତାରିଖ ଠାରୁ ଆରମ୍ଭ ହୋଇଥିବା ଫୁଲବାଣୀର ପ୍ରସିଦ୍ଧ ନାରାୟଣୀ ଯାତ୍ରା ଅବସରରେ ଆଜି ଗୁରୁବାର ଯୋଗୁଁ ଥିଲା ବିଶ୍ରାମର ଦିନ। ଏହି ଅବସରରେ ସଂନ୍ଧ୍ୟାରେ ମା’ ନାରାୟଣୀଙ୍କ ଆଳତି ବାହିନି ଦ୍ୱାରା ଅନୁଷ୍ଠିତ ହୋଇଥିଲା ସ୍ୱତନ୍ତ୍ର ଆଳତି କାର୍ଯ୍ୟକ୍ରମ। ଏଥିରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥିଲା। ଜିଲା ଓ ଜିଲା ବାହାରର ବହୁ ସଂଖ୍ୟରେ ଭକ୍ତ ଓ ଦର୍ଶକ ସାମିଲ୍ ହୋଇ ମା’ଙ୍କ ଆଶିଷ ଗ୍ରହଣ କରିଥିଲେ। ଆଳତି ପରେ ପରେ ଯାତ୍ରା ମଣ୍ଡପରେ କୋମଲ ଗାନ୍ଧାର ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଭଜନ ସଂନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ବହୁ ସଂଖ୍ୟରେ ଦର୍ଶକ ଉପସ୍ଥିତ ହୋଇ କଣ୍ଠଶିଳ୍ପୀ ମାନଙ୍କୁ ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ପୌର ପରିଷଦର ନିର୍ବାହୀ ଅଧିକାରୀ ବଳଦେବ ବେହେରା ଯୋଗଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଉପଦେଷ୍ଟା ବିଜୟ ମହାନ୍ତି, ସଭାପତି ପି.ସୁଧାଂଶୁ ସେନାପତି, ସାଧାରଣ ସଂପାଦକ ଦୁର୍ଗା ପ୍ରସାଦ ତ୍ରିପାଠୀ, ଉପସଭାପତି ସୁଜିତ୍ ବେହେରା, ସାଂସ୍କୃତିକ ସଂପାଦକ ଭି.ଲୋକନାଥ ରାଜୁ ଓ ସମସ୍ତ ସହ ସଂପାଦକ ମାନେ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଅଶୋକ ମହାନ୍ତି ସଂଯୋଜନା କରିଥିଲେ। ଆଜି ପ୍ରବଳ ଗହଳିଯୋଗୁଁ ଆଇନ ଶୃଙ୍ଖଳା ଦୃଷ୍ଟିରୁ ପୁଲିସ୍ ପ୍ରଶାସନ ଓ ସ୍ୱେଚ୍ଛାସେବୀ ମାନଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories