www.samajalive.in
Sunday, December 14, 2025
17.1 C
Bhubaneswar

ଡକାୟତ ଗ୍ୟାଙ୍ଗକୁ ଧରାଇଦେଲା ମୋବାଇଲ ଫୋନ, ୫ ଜଣଙ୍କୁ ବାନ୍ଧିଲା ପୁଲିସ

ଫୁଲବାଣୀ:ଡକାୟତି ଘଟଣାରେ କନ୍ଧମାଳ ଜିଲା ଟିକାବାଲି ପୁଲିସକୁ ମିଳିଛି ଏକ ବଡ଼ ସଫଳତା। ୫ଜଣ ଡକାୟତକୁ ଗିରଫ କରିବାରେ ସକ୍ଷମ ହୋଇଛି। ଆଜି ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ଏହି ଡକାୟତ ଗ୍ୟାଙ୍ଗକୁ ସେମାନେ ବ୍ୟବହାର କରୁଥିବା ମୋବାଇଲ ଫୋନ ଧରାଇଦେଇଛି। ମୋବାଇଲ ଫୋନକୁ ଟ୍ରାକ କରି ପୁଲିସ ସେମାନଙ୍କ ନିକଟ ପହଞ୍ଚି ସେମାନଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଏହା ସହିତ ସେମାନଙ୍କ ଠାରୁ ଚୋରି ହୋଇଥିବା ସୁନା ଗହଣା ସହିତ ଗୋଟିଏ ମୋବାଇଲ ଫୋନକୁ ଟିକାବାଲି ପୁଲିସ ଜବତ କରିଛି। ଗିରଫ ଡକାୟତ ହେଲେ ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଉଦ୍ଧବ ମଲ୍ଲିକ, ଆଦମ ମାଝୀ, ରହିମ ମାଝୀ ଓ ଦାରିଙ୍ଗିବାଡି ଅଞ୍ଚଳର କୃପାକର ମୁଖୀ ଓ ଟିକାବାଲି କଇଁଝର ଅଞ୍ଚଳର ସଞ୍ଜୟ କୁମାର ମଳିକ।

ସାମ୍ବାଦିକ ସମ୍ମିଳନୀରେ ଦିଆଯାଇଥିବା ସୂଚନା ଅନୁଯାୟୀ କନ୍ଧମାଳ ଜିଲା ଟିକାବାଲି ଥାନା ଅନ୍ତର୍ଗତ କଇଁଝର ଗ୍ରାମର ପ୍ରଶାନ୍ତ ପାତ୍ରଙ୍କ ଘରୁ ଗତ ଏପ୍ରିଲ ୨୩ ତାରିଖ ମଧ୍ୟ ରାତ୍ରିରେ ୭ରୁ ଅଧିକ ଡକାୟତ ପଶି ଖେଳନା ବନ୍ଧୁକ ଦେଖାଇ ଓ ମାଡ଼ ମାରି ବହୁ ସୁନା ଗହଣା, ମୋବାଇଲ, ଟାବଲେଟ ଲୁଟି ନେଇଥିଲେ। ଏନେଇ ୨୪ ଏପ୍ରିଲରେ ଟିକାବାଲି ଥାନାରେ ଏତଲା ଦିଆଯିବା ପରେ ପୁଲିସ ପକ୍ଷରୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଅଭିଯୁକ୍ତମାନେ ବ୍ୟବହାର କରୁଥିବା ମୋବାଇଲ ଫୋନକୁ ଟ୍ରାକିଂ କରି ଡକାୟତଙ୍କ ପିଛା କରିବା ଆରମ୍ଭ କରିଥିଲା ପୁଲିସ। ଏହାପରେ ଜଣ ଜଣ କରି ପୁଲିସ ୫ ଜଣଙ୍କୁ ଗିରଫ କରିଥିଲା। ବର୍ତ୍ତମାନ ସୁଦ୍ଧା ସେମାନଙ୍କ ପାଖରୁ ୨୦ ଗ୍ରାମ ସୁନା ଗହଣା, ଗୋଟିଏ ମୋବାଇଲ ଫୋନ, ଦୁଇଟି ବାଇକ ଜବତ କରାଯାଇଛି ବୋଲି ଥାନା ଅଧିକାରୀ ଅଜୟ କୁମାର ସ୍ୱାଇଁ ଓ ଘୁ.ଉଦୟଗିରି ଏସଡ଼ିପିଓ ଡ଼ି.ଟି.ଆର.ପଟ୍ଟନାୟକ ପ୍ରକାଶ କରିଛନ୍ତି। ଦୀର୍ଘ ୧୮ ଦିନ ଧରି ଏହି ଅଭିଯୁକ୍ତମାନଙ୍କୁ ଖୋଜି ଖୋଜି ଶେଷରେ ଦାରିଙ୍ଗିବାଡ଼ି ଥାନା ଅଧିକାରୀ ଓ ବ୍ରାହ୍ମଣୀଗାଁ ଥାନା ଅଧିକାରୀଙ୍କ ସହହଯୋଗାରେ ଏହି ଅଭିଯୁକ୍ତମାନଙ୍କୁ କାବୁ କରିଥିଲା ଟିକାବାଲି ପୁଲିସ। ଏହି ଘଟଣାରେ ଆଉ ଦୁଇ ଜଣ ଫେରାର ରହିଛନ୍ତି। ସେମାନଙ୍କୁ ଚିହ୍ନଟ କରାଯାଇଛି। ଖୁବ ଶିଘ୍ର ସେମାନଙ୍କୁ ପୁଲିସ ଗିରଫ କରିବାରେ ସଫଳ ହେବ ବୋଲି ଏସଡ଼ିପିଓ ଶ୍ରୀ ପଟ୍ଟନାୟକ ସୂଚନା ଦେଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories