www.samajalive.in
Monday, December 15, 2025
14.1 C
Bhubaneswar

ଯୁବ ଶିକ୍ଷକଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର

ଫୁଲବାଣୀ: ବିଶିଷ୍ଟ ସାମାଜିକ କର୍ମୀ ତଥା ପରିବେଶପ୍ରେମୀ ବିପିନ୍ ବିହାରୀ ସାହୁଙ୍କୁ ପରିବେଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ତରଫରୁ ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରକୃତି ବନ୍ଧୁ ପୁରସ୍କାରରେ ସମ୍ମାନିତ କରାଯାଇଛି। ଫୁଲବାଣୀ ବନଖଣ୍ଡ ସଭାଗୃହରେ ଆୟୋଜିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ମୁଖ୍ୟଅତିଥି ଫୁଲବାଣୀ ବନଖଣ୍ଡ ଅଧିକାରୀ ବିଶ୍ୱରାଜ ପଣ୍ଡା, ସମ୍ମାନିତ ଅତିଥି ଡିଏଫଓ କେନ୍ଦୁପତ୍ର ପତିତପାବନ ପରିଡା ଓ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିଶ୍ୱରଂଜନ ନାୟକ ପ୍ରମୂଖ ମାନପତ୍ର, ଉପଢୌକନ ସହ ଦଶହଜାର ଟଙ୍କାର ଚେକ୍ ପ୍ରଦାନ କରି ଶ୍ରୀ ସାହୁଙ୍କୁ ସମ୍ମାନିତ କରିଛନ୍ତି। ବୃକ୍ଷରୋପଣ, ପୋଡ଼ୁଚାଷ ଭଳି ସମ୍ବେଦନଶୀଳ ପ୍ରସଙ୍ଗରେ ଜନସାଧାରଣଙ୍କୁ ଜାଗରୁକ୍ କରାଉଥିବା ଶ୍ରୀ ସାହୁ ଏକାଧାରାରେ ଜଣେ ଛାତ୍ର ବତ୍ସଳ ଶିକ୍ଷକ, ପରିବେଶବିତ୍ ଓ ସକରାତ୍ମକ ଭାବନା ନେଇ କାମ କରୁଥିବା ଯୁବ ସଂଗଠକ ଭାବେ ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି।

ପୂର୍ବରୁ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ଯୁବ ପୁରସ୍କାର, ରାଜ୍ୟ ରାଜୀବ ଗାନ୍ଧୀ ଫାଉଣ୍ଡେସନ ତରଫରୁ ଶ୍ରେଷ୍ଠ ଏନଏସଏସ ସ୍ୱେଚ୍ଛାସେବୀ ଓ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ, ଫୁଲବାଣୀ ତରଫରୁ ଶ୍ରେଷ୍ଠ ରେଡ଼କ୍ରସ ସ୍ବେଚ୍ଛାସେବୀ ଭାବେ ସମ୍ମାନିତ ହୋଇଛନ୍ତି। ଏକ ସରସ ସୁନ୍ଦର ପରିବେଶ ଓ ସବୁଜ ବଳୟ ମଧ୍ୟରେ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ପୂର୍ବକ ନିଜ ଚାରିପାଖର ପୃଥିବୀକୁ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ କରି ରଖିବା ପାଇଁ ଶ୍ରୀ ସାହୁ ସମସ୍ତଙ୍କୁ ଅପିଲ୍ କରିଛନ୍ତି। ଏହି ଅବସରରେ ପରିବେଶ ସୁରକ୍ଷା ପାଇଁ କାମ କରିଥିବା ଜିଲ୍ଲାର ପ୍ରତ୍ୟେକ ବ୍ଲକର ଜଣେ ଲେଖାଏଁ ବ୍ୟକ୍ତିଙ୍କୁ ମଧ୍ୟ ପ୍ରକୃତି ବନ୍ଧୁ ପୁରସ୍କାରରେ ସମ୍ମାନିତ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories