www.samajalive.in
Sunday, December 14, 2025
15.1 C
Bhubaneswar

କନ୍ଧମାଳ ଜିଲ୍ଲା ବିଶ୍ୱ ହିନ୍ଦୁ ପରିଷଦର ସାଧାରଣ ବୈଠକ ଅନୁଷ୍ଠିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ସରସ୍ବତୀ ଶିଶୁ ମନ୍ଦିର ସଭାଗୃହ ଠାରେ କନ୍ଧମାଳ ଜିଲ୍ଲା ବିଶ୍ବ ହିନ୍ଦୁ ପରିଷଦର ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପୂର୍ବ ଓଡିଶା ବିଶ୍ଵ ହିନ୍ଦୁ ପରିଷଦର ସହ ସମ୍ପାଦକ ପ୍ରିୟ ରଞ୍ଜନ ଶର୍ମାଙ୍କ ଅଧ୍ୟକ୍ଷତାରେ ନୂତନ କର୍ମକର୍ତା ଚୟନ କରାଯାଇଥିଲା। ଜିଲ୍ଲା ସଭାପତି ଭାବେ ବିଷ୍ଣୁ ଚରଣ ମିଶ୍ର, ଉପ ସଭାପତି ଯୋଗୀରାଜ ଜି ସିଂ, ସମ୍ପାଦକ ରବି ନାରାୟଣ ପାତ୍ର ମନୋନୀତ ହୋଇଥିଲେ। ଗୋ ସୁରକ୍ଷା ପ୍ରମୁଖ ଭାବେ ନିରଞ୍ଜନ ସାହୁ, ସତସଙ୍ଗ ପ୍ରମୁଖ ଭାବେ ହରିଶ୍ଚନ୍ଦ୍ର ବେହେରା, ବଜରଙ୍ଗ ଦଳ ପ୍ରଖଣ୍ଡ ସଂଯୋଜକ ଭାବେ ସୌରଭ ପଟ୍ଟନାୟକ ସହ ସଂଯୋଜକ ଭାବେ ସୁରଜ କୁମାର ପାତ୍ରଙ୍କ ନାମ ଘୋଷଣା କରାଯାଇଥିଲା। ଏହା ସହ ଆଗାମୀ ଦିନରେ ଥିବା ବିଭିର୍ଣ୍ଣ କାର୍ଯ୍ୟକ୍ରମ ସମ୍ବନ୍ଧରେ ଆଲୋଚନା କରାଯାଇଥିଲା। ବୈଠକରେ ବଜରଙ୍ଗ ଦଳ ଜିଲ୍ଲା ସଂଯୋଜକ ରାକେଶ ମିଶ୍ର, ସହ ସଂଯୋଜକ, ନାରାୟଣ ପାତ୍ର ଜିଲ୍ଲା କୋଷାଧ୍ୟକ୍ଷ ବୁଲୁ ଭାଇ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଆଗାମୀ ଅଗଷ୍ଟ ୨୩ ତାରିଖରେ ଥିବା ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଶ୍ରଦ୍ଧାଞ୍ଜଳି ଦିବସ ପାଳନ କରିବା ପାଇଁ ସ୍ଥିର କରାଯାଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories