www.samajalive.in
Sunday, December 14, 2025
26.1 C
Bhubaneswar

ବାରମ୍ବାର ଇଡି ଜେରାକୁ ଜିଲ୍ଲା କଂଗ୍ରେସର ବିରୋଧ

ଫୁଲବାଣୀ: ବିଜେପି ସରକାର ଇଡି ଦ୍ଵାରା କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କୁ ବାରମ୍ବାର ଜେରା କରିବା ସହିତ ହଇରାଣ କରୁଥିବାରୁ କନ୍ଧମାଳ ଜିଲ୍ଲା କଂଗ୍ରେସ ପକ୍ଷରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରାଯାଇଛି। ଏହି ବିକ୍ଷୋଭରେ ଜିଲ୍ଲା କଂଗ୍ରେସ ସଭାପତି ଅନାମ ନାୟକ ଓ ଯୁବ କଂଗ୍ରେସ ସଭାପତି ବସନ୍ତ କୁମାର ପାଢୀଙ୍କ ନେତୃତ୍ୱରେ କୋର୍ଟ ଛକରୁ କର୍ମୀମାନେ ବାହାରି ଜିଲ୍ଲାପାଳ ଅଫିସ ପର୍ଯ୍ୟନ୍ତ ଯାଇ ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୁଶ ପୁତଳିକା ଦାହ କରିଥିଲେ। ବିକ୍ଷୋଭକାରୀମାନେ ବହୁ ସରକାରୀ ବିରୋଧି ସ୍ଲୋଗାନ ଦେଇଥିଲେ। ଏଥିରେ କଂଗ୍ରେସ ପକ୍ଷରୁ ନଗର ସଭାପତି ଶିବ ଶଙ୍କର ବେହେରା, ଚନ୍ଦ୍ର ଶେଖର ପରିଡ଼ା, ଦୁର୍ଯ୍ୟୋଧନ ପଟ୍ଟନାୟକ, ସଂସାର ଭୋଇ, ଘନ କୁମାର ଶବର, ବସନ୍ତ ଦିଗାଲ, ବଳଦେବ ବେହେରା, ଗୌର ଚରଣ ବେହେରା, ଯୁବ ନେତା ନନ୍ଦ କିଶୋର ଦାସ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories