www.samajalive.in
Monday, December 15, 2025
14.1 C
Bhubaneswar

ସଦଭାବନା ଦିବସ ପାଳିତ

ଫୁଲବାଣୀ: ସ୍ଥାନୀୟ ପୋଲିସ ହାଇସ୍କୁଲ ଫୁଲବାଣୀ ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ସଦଭାବନା ଦିବସ ପାଳିତ ହୋଇ ଯାଇଅଛି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପୋଲିସ ହାଇସ୍କୁଲର ପ୍ରଧାନ ଶିକ୍ଷକ ଦେବି ପ୍ରସାଦ ଶତପଥୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ସଂକୃତ ଶିକ୍ଷକ ଗୌରୀ ଶଙ୍କର ମହାପାତ୍ର, ହିନ୍ଦୀ ଶିକ୍ଷକ ସନ୍ତୋଷ କୁମାର ମିଶ୍ର, ଖେଳ ଶିକ୍ଷକ ରାଜକିଶୋର ସ୍ୱାଇଂ, ଶିକ୍ଷୟତ୍ରୀ କୁନ୍ତଳା ତ୍ରିପାଠୀ ଏବଂ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସହକର୍ମୀ ସତ୍ୟବାନ ଦଳବେହେରା, ସ୍ୱେଚ୍ଛାସେବୀ ରୀତିମା ବାଘ ପ୍ରମୁଖ ଯୋଗ ଦେଇଥିଲେ।

କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବକ୍ତୃତା ଓ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ଜ୍ୟୋତି୍ରୀମୟୀ ମିଶ୍ର ପ୍ରଥମ, ସୁଚିତ୍ରା ସାହୁ ଦ୍ୱିତୀୟ ଏବଂ ଆୟୁଷ କୁମାର ବେହେରା ତୃତୀୟ ହୋଇଥିଲେ। ସେହିପରି କୁଇଜ ପ୍ରତିଯୋଗିତାରେ ପ୍ରିୟଙ୍କା ପାତ୍ର ପ୍ରଥମ, ପି. ପ୍ରେମ କୁମାର ଦ୍ୱିତୀୟ ଏବଂ ଗୁଞ୍ଜନ ସାହୁ ତୃତୀୟ ହୋଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories