www.samajalive.in
Sunday, December 14, 2025
23.1 C
Bhubaneswar

ଜିଲାସ୍ତରୀୟ ଛାଗ ପାଳନ ଦକ୍ଷତା ବୃଦ୍ଧି ତାଲିମ୍‍ ଶିବିର ଉଦଯାପିତ

ଫୁଲବାଣୀ: ସ୍ଥାନୀୟ ଭାରତିୟଭାରତୀୟ ଷ୍ଟେଟ୍‍ ବ୍ୟାଙ୍କର ଆର୍‍.ସେ.ଟି ସମ୍ମିଳନୀ କକ୍ଷରେ ଗତ ୨ ଦିନ ଧରି ଚାଲିଥିବା ଜିଲା ସ୍ତରୀୟ ଛାଗ ପାଳନ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହୋଇଛି। ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡ଼ଃ.ଅଶୋକ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜିଲା ପ୍ରଶିକ୍ଷଣ ସଂଯୋଜିକା ଡ଼ଃ.ଅଳକା ପଟନାୟକ, ଅତିରିକ୍ତ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡ଼.ମନୋଜ କୁମାର ସାହୁ, ଡ଼ଃ.ରଂଜନ କୁମାର ସାହୁ, ଡ଼ଃ.ପ୍ରଶାନ୍ତ ମହାଲିକ୍‍ ପ୍ରମୁଖ ଯୋଗଦେଇ ବିଭିନ୍ନ ଦିଗ ଉପରେ ତାଲିମ୍‍ ପ୍ରଦାନ କରିଥିଲେ। ବିଶେଷ କରି ଏହି ପ୍ରଶିକ୍ଷଣ ଶିବିରରେ ଚାଷୀମାନେ ଯେଭଳି ଭାବେ ସେମାନଙ୍କର ଜୀବନ ଓ ଜୀବିକାରେ ପରିବର୍ତ୍ତନ ଆଣିବା ସହିତ ରୋଜଗାର କ୍ଷମତା ବୃଦ୍ଧି କରିପାରିବେ ସେ ଉପରେ ତାଲିମ୍‍ ଦିଆଯାଇଥିଲା। ଏଥିରେ ଜିଲାର ବିଭିନ୍ନ ଅଞ୍ଚଳର ଛାଗ ଚାଷୀମାନେ ଯୋଗ ଦେଇଥିଲେ।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories