www.samajalive.in
Monday, December 8, 2025
14.1 C
Bhubaneswar

ଜଙ୍ଗଲରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ସାରଙ୍ଗଡ଼ ଥାନା ଅନ୍ତର୍ଗତ ପାବୁରିଆ ପଞ୍ଚାୟତ ମ୍ୟାଲେରିମାହା ଗ୍ରାମ ନିକଟ ଜଙ୍ଗଲରୁ ସୋମବାର ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଦମ୍ପତି ହେଲେ ଗାଁ ସାଥି ମନୋରଞ୍ଜନ ନାୟକ ଏବଂ ଆଶାକର୍ମୀ ସ୍ମୀତାଞ୍ଜଳି ନାୟକ। ତାଙ୍କର ଦୁଇଟି ପୁଅ ଓ ଗୋଟିଏ ଝିଅ ଅଛନ୍ତି।

ସୂଚନାନୁଯାୟୀ, ସ୍ଥାନୀୟ ଲୋକେ ମୃତଦେହ ଗଛରେ ଝୁଲୁଥିବା ଦେଖି ପୁଲିସକୁ ଖବର ଦେଇଥିଲେ। ଖବର ପାଇ ସାରଙ୍ଗଡ଼ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ସାରଙ୍ଗଡ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଛି। ତେବେ ବର୍ତମାନ ସୁଦ୍ଧା ମୃତ୍ୟୁର କାରଣ ଜଣାପଡି ନାହିଁ । ଅନ୍ୟପଟେ ଏହା ପଛରେ ପାରିବାରିକ କାରଣ ଥାଇପାରେ ବୋଲି ସନ୍ଦେହ କରାଯାଉଛି। ତଦନ୍ତ ପରେ ସମ୍ପୂର୍ଣ୍ଣ ଘଟଣା ଜଣାପଡିବ ବୋଲି ଥାନାଧିକାରୀ ବଧୂଲିକା ବିଶ୍ୱାଳ କହିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories