www.samajalive.in
Saturday, December 6, 2025
26.1 C
Bhubaneswar

ନାବାଳିକା ଦୁଷ୍କର୍ମ ମାମଲା: ଦୋଷୀକୁ ୨୫ ବର୍ଷ କାରାଦଣ୍ଡ, ୨୫ ହଜାର ଜରିମାନା

ଫୁଲବାଣୀ : ୩ ବର୍ଷର ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଏଥିସହ ୨୫ ହଜାର ଟଙ୍କା ଜରିମାନା ଆଦେଶ ଦିଆଯାଇଛି। ୧୨ ଜଣ ସାଖ୍ୟ ପ୍ରମାଣ, ପୁଲିସ ରିପୋର୍ଟକୁ ଭିତ୍ତି କରି ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ତଥା ସ୍ୱତନ୍ତ୍ର ପୋକ୍ସୋ ଅଦାଲତ ବିଚାରପତି ସଂଜିତ କୁମାର ବେହେରା ଅଭିଯୁକ୍ତ ପ୍ରସନ୍ନ କୁମାର ଡିଗାଲ(୪୨)ଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୨୫ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ଅଧିକ ଏକ ବର୍ଷ ସଶ୍ରମ କାରା ଦଣ୍ଡାଦେଶ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ, ଗତ ୨୦/୦୮/୧୯ ସନ୍ଧ୍ୟା ସମୟରେ ନାବାଳିକା ଘର ବାରଣ୍ଡାରେ ଖେଳୁଥିବା ବେଳେ ଅଭିଯୁକ୍ତ ପ୍ରସନ୍ନ ତାକୁ ଚକୋଲେଟ ଦେଇ କାଖ କରି ନିକଟସ୍ଥ ଚର୍ଚ୍ଚକୁ ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ଝିଅକୁ ନପାଇ ମାଆ ଓ ମାଉସୀ ମିଶି ଖୋଜା ଖୋଜି କରିବା ବେଳେ ଚର୍ଚ୍ଚ ବାରଣ୍ଡାରେ ଅଭିଯୁକ୍ତକୁ ଦେଖିଥିଲେ। ତେବେ ଅଭିଯୁକ୍ତ ଘଟଣା ସ୍ଥଳରୁ ଦୌଡ଼ି ପଳାଇଥିଲା। ପରଦିନ ନାବାଳିକାର ମାଆ ଜି. ଉଦୟଗିରି ଥାନାରେ ଏତେଲା ଦେଇଥିଲେ। ଜି.ଉଦୟଗିରି ପୁଲିସ ୧୦୦/୧ ୯ ରେ ମାମଲା ରୁଜ୍ଜୁ କରିବା ସହ ଅଭିଯୁକ୍ତ ପ୍ରସନ୍ନକୁ ଗିରଫ କରିଥିଲା। ଆଜି ଏହି ମାମଲାର ବିଚାର କରି ମାନ୍ୟବର ପୋକ୍ସୋ କୋର୍ଟ ବିଚାରପତି ସଂଜିତ କୁମାର ବେହେରା ଉପରୋକ୍ତ ରାୟ ଶୁଣାଇଛନ୍ତି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories