ଫୁଲବାଣୀ: କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳ ସ୍ଥିତ ଆବାସିକ ବିଦ୍ୟାଳୟର ଜଣେ ନାବାଳିକା ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣାରେ ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହିତ ସମ୍ପୃକ୍ତ ବିଦ୍ୟାଳୟର କର୍ତ୍ତୃପକ୍ଷଙ୍କ ବିରୁଦ୍ଧରେ ମଧ୍ୟ୍ୟ କଡା କାର୍ଯ୍ୟାନୁଷ୍ଠାନ ଦାବୀ କରିଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର କନ୍ଧମାଳ ଶାଖା। କନ୍ଧମାଳ ଜିଲ୍ଲାର ଛାତ୍ରୀ ପ୍ରମୁଖ ତଅପୋଇ କହଁରଙ୍କ ନେତୃତ୍ୱରେ ଜିଲ୍ଲାପାଳଙ୍କୁ ଏନେଇ ଏକ ଦାବୀପତ୍ର ପ୍ରଦାନ କରାଯାଇଛି। ଏଥିରେ ଜିଲ୍ଲା ପ୍ରମୁଖ ଶିବାଶିଷ ପଣ୍ଡା, ଫୁଲବାଣୀ ନଗର ସହ-ସମ୍ପାଦକ ଅମିତ ବେହେରା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ଅହଲ୍ୟା ମାଝୀ, ଜିଲ୍ଲା ସହ ସଂଯୋଜିକା ରାଜନନ୍ଦିନୀ ସାହାଣୀ, ଜିଲ୍ଲା ସଂଗଠନ ସମ୍ପାଦକ ଟୁକୁନା ମଲ୍ଲିକ ଯୋଗ ଦେଇଥିଲେ।
ଆବାସିକ ନାବାଳିକା ଛାତ୍ରୀ ଗର୍ଭବତୀ ହେବା ଘଟଣା: ଦୋଷୀ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବୀ କଲା ଏବିଭିପି
Popular Categories



