www.samajalive.in
Sunday, December 14, 2025
23.1 C
Bhubaneswar

ଗାନ୍ଧୀ ଜୟନ୍ତୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକର ଗୁଦାରୀ ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ଓ ଜ଼ିଲ୍ଲା ପ୍ରଶାସନ ତରଫରୁ ଗାନ୍ଧୀ ଜୟନ୍ତୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜ଼ିଲ୍ଲା କ୍ରୀଡ଼ା ଅଧିକାରୀ ସମୀର କୁମାର ନାୟକ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଗୁଦାରୀ ସରପଞ୍ଚ ସୁଜିତ ମଲ୍ଲିକ, ଧନୁତିର ପ୍ରଶିକ୍ଷକ ଆଶାରାମ ହସଦା, ଗୋବିନ୍ଦ ଚନ୍ଦ୍ର ବେହେରା, ବଦ୍ରୀ ନାଥ କହ୍ନର, କରିସୀମା ବେହେରା ଏବଂ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସ୍ୱେଚ୍ଛାସେବୀ ଚନ୍ଦ୍ରମଣୀ ଦେହୁରୀ, ସିବେନ୍ଦ୍ର ଡିଗାଲ, କମଳ ଲୋଚନ ଦେହୁରୀ, ମିନି କଂହର, ସୁଭଦ୍ରା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଦିବସ ଉପଲକ୍ଷେ ଏକ ମିନି ମାରାଥନ ଅନୁଷ୍ଠିତ ହୋଇଥିଲା। ମୁଖ୍ୟଅତିଥି ଅନୁଷ୍ଠିତ ଦିବସର ମୁଖ୍ୟ ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଉପସ୍ଥିତ ଯୁବ ଭାଇ ଓ ଭଉଣୀମାନଙ୍କୁ ଅବଗତ କରିଥିଲେ। ବୈଠକରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସ୍ୱେଚ୍ଛାସେବୀ ଚନ୍ଦ୍ର ମଣି ଦେହୁରୀ ସ୍ୱାଗତ କରିଥିବା ବେଳେ ଗୋବିନ୍ଦ ଚନ୍ଦ୍ର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories