www.samajalive.in
Saturday, December 13, 2025
26.1 C
Bhubaneswar

ଫିରିଙ୍ଗିଆର ବିଭିନ୍ନ ସ୍ଥାନରେ ଗାନ୍ଧୀ ଜୟନ୍ତୀ ପାଳିତ

ଫୁଲବାଣୀ: ରବିବାର ଦିନ ଫିରିଙ୍ଗିଆ ବ୍ଲକ ଅନ୍ତର୍ଗତ ଗୋଛପଡ଼ା ସ୍ବାସ୍ଥ୍ୟ କେନ୍ଦ୍ର ତରଫରୁ ଗାନ୍ଧୀ ଜୟନ୍ତୀ ଅବସରରେ ଦାମାରେଜୁ ସୁପର ଷ୍ଟାର ଯୁବକ ସଂଘ ଏବଂ ସିଆରପିଏଫ ମିଳିତ ଉଦ୍ୟମରେ ଗୋଛାପଡ଼ା ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଗୋଛାପଡ଼ା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସାଇସ୍ତା ପରବିନ୍, ଫାର୍ମାସିଷ୍ଟ ପ୍ରଶାନ୍ତ କୁମାର ସାହୁ, ସିଆରପିଏଫ ଆସିଷ୍ଟାଣ୍ଟ କମାଣ୍ଡନାଣ୍ଟ, ସିଆରପିଏଫ ଇନ୍ସପେକ୍ଟର ଭିମ ସିଂ, ଗୋଛାପଡ଼ା ସରପଞ୍ଚ ଯୁଗାନ୍ତ କହଁର ପ୍ରମୁଖ ଉପସ୍ଥିତ ଥିଲେ। ଏଥିସହିତ ଡିମିରିଗୁଡ଼ା ଗ୍ରାମପଞ୍ଚାୟତର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଡିମିରିଗୁଡ଼ାରେ ମଧ୍ୟ ୧୫୩ ତମ ଗାନ୍ଧୀ ଜୟନ୍ତୀ ପାଳନ ସହ ଗାନ୍ଧୀଜୀଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରାଯାଇଛି। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ରଘୁପତି କହଁର, ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ସାହୁ, ସହକାରୀ ଶିକ୍ଷକ ଭୁଲେଶ୍ଵର ମଲ୍ଲିକ, ନିଳାଦ୍ରୀ ବିହାରୀ ଦୀପଙ୍କ ସମେତ ବିଦ୍ୟାଳୟ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ସଦସ୍ୟା ଉପସ୍ଥିତ ଥିଲେ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories