www.samajalive.in
Monday, December 15, 2025
15.1 C
Bhubaneswar

ଶହୀଦଙ୍କ ପରିବାରକୁ ଭେଟିଲେ ପୁଲିସ ଅଧିକାରୀ

ଫୁଲବାଣୀ:ପୁଲିସ ଶହୀଦ ସପ୍ତାହ ଅବସରରେ ଶହୀଦ ଯବାନମାନଙ୍କୁ ଟାଉନ ଥାନା ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ସ୍ଥାନୀୟ ଆଦର୍ଶ ଥାନାରେ ଆୟୋଜିତ କାର୍ଯ୍ୟକ୍ରମରେ ସଦର ଏସଡିପିଓ ସୁପ୍ରସନ୍ନ ମଲ୍ଲିକ, ରିଜର୍ଭ ଇନସ୍ପେକ୍ଟର ଧର୍ମେନ୍ଦ୍ର ପ୍ରଧାନ, ସର୍ଜେଣ୍ଟ ସରୋଜ କୁମାର ବେହେରା ଓ ଟାଉନ ଥାନା ଅଧିକାରୀ ସୁଶାନ୍ତ କୁମାର ସେଠୀଙ୍କ ସମେତ ଅନ୍ୟ ଅଧିକାରୀ ଓ ଥାନାର କର୍ମଚାରୀମାନେ ଶହୀଦ ମାନଙ୍କ ଫୋଟୋଚିତ୍ରରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ଏହାପରେ ପୁଲିସ ଅଧିକାରୀମାନେ ଶହୀଦ ସୁନାଶୀର ଓ ସଂଗ୍ରାମଙ୍କ ଘରକୁ ଯାଇ ପରିବାର ଲୋକଙ୍କୁ ଭେଟିଥିଲେ। ଏଥିସହ କୋଭିଡ ଯୋଦ୍ଧା ଶହୀଦ ସୁବାଷ ଚନ୍ଦ୍ର ସାହୁଙ୍କ ଘରକୁ ଯାଇ ମଧ୍ୟ ତାଙ୍କ ପରିବାର ଲୋକଙ୍କ ସହ ଆଲୋଚନା କରିଥିଲେ। ସୂଚନାଯୋଗ୍ୟ, କୋଟଗଡ ଠାରେ ମାଓବାଦୀଙ୍କ ଦ୍ବାରା ବିଛା ଯାଇଥିବା ମାଇନ ବିଷ୍ଫୋରଣରେ ସୁନାଶୀର, ସଂଗ୍ରାମ ଓ ଉମାକାନ୍ତ ଜାନୀଙ୍କ ମୃତ୍ୟୁ ହୋଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories