www.samajalive.in
Monday, December 15, 2025
24.1 C
Bhubaneswar

ନାବାଳିକା ଦୁଷ୍କର୍ମ ଏବଂ ହତ୍ୟା ମାମଲା, ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ ସହ ଦୁଇ ଲକ୍ଷ ଟଙ୍କା ଜୋରିମାନା

ଫୁଲବାଣୀ: ଜଣେ ୯ ବର୍ଷ ନାବାଳିକାକୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାର ବିଚାର କରି ଫୁଲବାଣୀ ଫାଷ୍ଟ ଟ୍ରାକ ପୋସ୍କୋ କୋର୍ଟର ବିଚାରପତି ଭାସ୍କର ଚନ୍ଦ୍ର ସାହୁ ୨୧ଜଣ ସାକ୍ଷୀ, ଡ଼ାକ୍ତରୀ ରିପୋର୍ଟ ଏବଂ ସାଇଣ୍ଟିଫିକ୍ ରିପୋର୍ଟ ଆଧାରରେ ଅଭିଯୁକ୍ତ ଗଗନ ପ୍ରଧାନକୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ସଶ୍ରମ କାରାଦଣ୍ଡ ସହ ଦୁଇ ଲକ୍ଷ ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ଅଭିଯୁକ୍ତକୁ ଆଉ ଅଧିକ ଦୁଇ ବର୍ଷ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ତରଫରୁ ପୋକ୍ସ୍ କୋର୍ଟର ସ୍ବତନ୍ତ୍ର ପବ୍ଲିକ ପ୍ରସ୍କ୍ୟୁଟର ବନମାଳୀ ବେହେରା ମାମଲାକୁ ପରିଚାଳନା କରୁଥିଲେ।
ସୂଚନା ଅନୁସାରେ ତୃତୀୟ ଶ୍ରେଣୀ ପଢୁଥିବା ନାବାଳିକାକୁ ଗତ ୨୨.୦୯.୨୦୧୮ରିଖ ଦିନ ୨ଟା ବେଳେ ଏକ ପଡ଼ିଆକୁ ଝାଡ଼ା ଯାଇ ଫେରିବା ବେଳେ ଅଭିଯୁକ୍ତ ନାବାଳିକାର ପାଟିକୁ ଚାପି ଧରି ଅପହରଣ କରି ହାତକଟାଜମି ନିକଟସ୍ଥ ଭାଲିଆତୋଟାକୁ ନେଇ ଜୋର ଜବରଦସ୍ତି ଦୁଷ୍କର୍ମ କରିଥିଲା। ନାବାଳିକା ଯନ୍ତ୍ରଣାରେ ଚିତ୍କାର କରିବାରୁ ତା’ଛାତିକୁ କାମୁଡିବା ସହିତ ବେକକୁ ଚିପି ଧରି ମାରି ଦେଇଥିବା ଅଭିଯୋଗ ହୋଇଥିଲା। ନାବାଳିକା ବହୁ ସମୟ ଧରି ଘରକୁ ନ ଫେରିବାରୁ ପରିବାର ଲୋକ ଏବଂ ଗ୍ରାମର ଲୋକମାନେ ସମ୍ପର୍କୀୟ ମାନଙ୍କୁ ପଚାରି ଖୋଜାଖୋଜି କରି ନ ପାଇବାରୁ ନାବାଳିକାର ପିତା କୋଟଗଡ଼ ଥାନାରେ ଝିଅ ନିଖୋଜ ରିପୋର୍ଟ ଦାଖଲ କରିଥିଲେ। କୋଟଗଡ଼ ଥାନା କେଶ୍ ନମ୍ବର ୪୩/୨୨.୦୯.୨୦୧୮ରେ ପଞ୍ଜିକରଣ ସହ ଥାନାଧିକାରୀ ଅନୁସନ୍ଧାନ ଜାରି ରଖିଥିଲେ। ନାବାଳିକାର ପିତା ଓ ଗ୍ରାମବାସୀମାନେ ହାତକଟାଜମି ନିକଟସ୍ଥ ଭାଲିଆତୋଟାରେ ଯାଇ ଖୋଜିବାରୁ ନାବାଳିକାର ମୃତ ଦେହ ଉଲଗ୍ନ ଅବସ୍ଥାରେ ପଡ଼ି ଥିବା ଦେଖିବାକୁ ପାଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ସାଇଣ୍ଟିଫିକ୍ ଟିମ୍, ମାଜିଷ୍ଟ୍ରେଟ୍, ପୁଲିସ କୁକୁର ସହାୟତାରେ ଥାନାଧିକାରୀ ଅଭିଯୁକ୍ତକୁ ଗିରଫ ପରେ ଅଦାଲତରେ ହାଜର କରାଇଥିଲେ। ଆଜି ତା ୨୯.୧୦.୨୦୨୨ରିଖରେ ବିଚାରପତି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ନିୟମ ଅନୁସାରେ ମୃତକଙ୍କ ପରିବାରକୁ ପାଞ୍ଚ ଲକ୍ଷ କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ସମାଜ ଡିଜିଟାଲ ଡେସ୍କ: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

Related Articles

Popular Categories