www.samajalive.in
Monday, December 15, 2025
17.1 C
Bhubaneswar

ଡ୍ରାଇଭର ମହାସଂଘର ଜରୁରୀ ବୈଠକ, ମାର୍ଚ୍ଚ ୧୫ରେ ଚକା ବନ୍ଦ ଓ ଷ୍ଟିଅରିଂ ଛାଡ ଆନ୍ଦୋଳନ ନିଷ୍ପତ୍ତି

ଫୁଲବାଣୀ:କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଫିରିଙ୍ଗିଆ ପଞ୍ଚାୟତର ଡ୍ରାଇଭର ମହାସଂଘର ଏକ ଜରୁରୀ କାଳୀନ ବୈଠକ ଅନୁଷ୍ଠିତ ହୋଇଛି। ପଞ୍ଚାୟତ ଡ୍ରାଇଭର ମହାସଂଘ ସଭାପତି ରାଜ କୁମାର ଦିଗାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଫିରିଙ୍ଗିଆ ବ୍ଲକର ଫିରିଙ୍ଗିଆ ପଞ୍ଚାୟତର ୨୦ରୁ ଅଧିକ ଡ୍ରାଇଭର ଯୋଗ ଦେଇଥିଲେ। ଏହି ଅବସରରେ ସମ୍ପାଦକ ରବୀନ୍ଦ୍ର କୁମାର ବେହେରା ଯୋଗ ଦେଇ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ।

ଏହି ବୈଠକରେ ସରକାରଙ୍କୁ ଡ୍ରାଇଭରମାନଙ୍କ ବିଭିନ୍ନ ସମସ୍ୟା ନେଇ ଦାବି ପ୍ରଦାନ କରିଥିଲେ ମଧ୍ୟ ସରକାର କୌଣସି ପଦକ୍ଷେପ ଗ୍ରହଣ କରିନଥିବା ବେଳେ ଡ୍ରାଇଭରମାନେ ବିଭିନ୍ନ ସମସ୍ୟାରେ ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଯାହାକୁ ନେଇ ସଂଘରେ ତୀବ୍ର ଅସନ୍ତୋଷ ଦେଖା ଦେଇଥିଲା।

- Advertisement -

ଅନ୍ୟପଟେ ଆସନ୍ତା ମାର୍ଚ୍ଚ ୧୫ ତାରିଖରେ ଚକା ବନ୍ଦ୍ ଓ ଷ୍ଟିଅରିଂ ଛାଡ ଆନ୍ଦୋଳନ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ସଂଘର ଉମାକାନ୍ତ ହଂସ, ଅଜିତ ଦିଗାଲ୍, ସଂସାର କୁମାର ନାୟକ, ଚନ୍ଦନ ବେହେରାଙ୍କ ସହ ଅନ୍ୟ ମାନେ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories