www.samajalive.in
Friday, December 12, 2025
19.1 C
Bhubaneswar

ନାବାଳିକା ଦୁଷ୍କର୍ମ ମାମଲା, ଦୋଷୀଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ,ଏକ ଲକ୍ଷ ଟଙ୍କା ଜୋରିମାନା

ଫୁଲବାଣୀ:ଫୁଲବାଣୀ ଫାଷ୍ଟ ଟ୍ରାକ ପୋସ୍କୋ କୋର୍ଟର ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଏକ ୧୭ ବର୍ଷିଆ ନାବାଳିକା ଦୁଷ୍କର୍ମ ମାମଲାର ୧୭ଜଣ ସାକ୍ଷୀ, ଡ଼ାକ୍ତରୀ ରିପୋର୍ଟ ଏବଂ ସାଇଣ୍ଟିଫିକ୍ ରିପୋର୍ଟ ଆଧାରରେ ବିଚାର କରି ଦୁର୍ଗାପ୍ରସାଦ ପ୍ରଧାନ (୨୭ବର୍ଷ) ପିତା ଯୁଧିଷ୍ଠିର ପ୍ରଧାନ, ନାରାୟଣୀ ସାହି ଫୁଲବାଣୀକୁ ଦୋଷୀ ସାବ୍ୟସ୍ତ କରି ୧୦ବର୍ଷ ସଶ୍ରମ କାରାଦଣ୍ଡ ସହ ଏକ ଲକ୍ଷ୍ୟ ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ଆଉ ଅଧିକ ଛଅମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ତାଙ୍କ ରାୟ ରେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ତରଫ ରୁ ପୋସ୍କୋ କୋର୍ଟର ସ୍ବତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ।

ସୂଚନା ଅନୁସାରେ ଅଭିଯୁକ୍ତ ବିବାହ ର ପ୍ରଲୋଭନ ଦେଖାଇ ପୀଡ଼ିତାକୁ ନିଜ ଘରକୁ ନେଇ ଅନେକଥର ଦୁଷ୍କର୍ମ କରିଥିଲା। ଯାହା ଫଳରେ ପୀଡ଼ିତା ଗର୍ଭବତୀ ହୋଇଥିଲା। ବାରମ୍ବାର ଅନୁରୋଧ ପରେ ମଧ୍ୟ ଅଭିଯୁକ୍ତ ବିବାହ କରିବାକୁ ପ୍ରତ୍ୟାଖ୍ୟାନ କରିବାରୁ ସାତ ମାସ ଗର୍ଭବତୀ ପୀଡ଼ିତା ଫୁଲବାଣୀ ଟାଉନ୍ ଥାନାରେ ଲିଖିତ ଅଭିଯୋଗ କରିଥିଲା। ଥାନାଧିକାରୀ ମାମଲାକୁ ଥାନା କେସ ନୁମ୍ବର ୨୪୯/୧୪.୧୦.୨୦୧୬ ରେ ରେଜିଷ୍ଟ୍ରି କରି ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟରେ ହାଜର କରାଇଥିଲେ। ଆଜି ଏହି ମାମଲାର ବିଚାର କରି ବିଚାରପତି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories