www.samajalive.in
Sunday, December 14, 2025
23.1 C
Bhubaneswar

ଅଜଣା ଯୁବକର ମୃତ ଦେହ ଜବତ

ଫୁଲବାଣୀ: ଖଜୁରୀପଡ଼ା ପୁଲିସ ପକ୍ଷରୁ ଶନିବାର ଏକ ଅଜଣା ଯୁବକର ମୃତ ଦେହକୁ ଜବତ କରାଯାଇଛି। ଖବରରୁ ପ୍ରକାଶ ଯେ ଶନିବାର ଦିନ ଖଜୁରୀପଡ଼ା ଥାନା ଅନ୍ତର୍ଗତ ସୁଡୁଲି ଗ୍ରାମର ଲୋକମାନେ ଜଙ୍ଗଲକୁ ଜାଳ କାଠ ସଂଗ୍ରହ ପାଇଁ ଯାଇଥିବା ବେଳେ ଏକ ଯୁବକର ମୃତ ଦେହ ଦେଖିଥିଲେ ଏବଂ ସେମାନେ ଖଜୁରିପଡ଼ା ପୁଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣା ସ୍ଥଳରେ ଖଜୁରୀପଡ଼ା ପୁଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ମୃତ ଯୁବକଙ୍କ ପରିଚୟ ମିଳି ପାରିନାହିଁ କିମ୍ବା ଯୁବକଙ୍କ କିଭଳି ମୃତ୍ୟୁ ହୋଇଛି ତାହା ମଧ୍ୟ ଜଣାପଡ଼ିନାହିଁ। ମୃତଦେହ ବ୍ୟବଚ୍ଛେଦ ପରେ ଯୁବକଙ୍କ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories