www.samajalive.in
Sunday, December 7, 2025
23.1 C
Bhubaneswar

ରାଜପଥରେ ଖାଲ; ବିପଦରେ ଯାତ୍ରୀ ଜୀବନ

ଫୁଲବାଣୀ : ୧୫୭ ନମ୍ବର ଜାତୀୟ ରାଜପଥ ଉପରେ ଏକ ବଡ ଗର୍ତ୍ତ ସୃଷ୍ଟି ହୋଇ ଏବେ ସେହି ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତା ଦେଇ ଦୈନିକ ହଜାର ହଜାର ଯାନବାହାନ ଯାତାୟତ କରୁଛି। ଏଭଳି ରାସ୍ତାରେ ଯାତ୍ରୀ ନିଜ ଜୀବନକୁ ବାଜି ଲଗାଇ ଯାତାୟତ କରୁଛି। ଅନେକ ସମୟରେ ଛୋଟବଡ଼ ଦୁର୍ଘଟଣା ମଧ୍ୟ ଘଟୁଥିବା ନଜିରକୁ ଆସିଛି। ଏହି ରାସ୍ତା ମୃତ୍ୟୁକୁ ନିମନ୍ତ୍ରଣ ଦେଉଛି କହିଲେ ମଧ୍ୟ ଅତ୍ୟୁକ୍ତି ହେବନାହିଁ। ଏଭଳି ବିପଦପୂର୍ଣ୍ଣ ରାସ୍ତା ଦେଖିବାକୁ ମିଳିଛି ବିଜୋବଡ଼ା ରାଞ୍ଚି କରିଡର ୧୫୭ ଜାତୀୟ ରାଜପଥ କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକ ସୁଡ୍ରେଜୁ ପଞ୍ଚାୟତର ଭେଟଖୋଲ ଗ୍ରାମ ନିକଟରେ। ଏଠାରେ ଗୋଟିଏ ହୋମପାଇପ ପଡ଼ିଥିଲା ଏବହ ଉକ୍ତ ହୋମପାଇପ ମଝିରେ ଏବେ ବଡ ଗର୍ତ୍ତ ହୋଇଛି। ଫଳରେ ବଡ଼ ଅଘଟଣ ଘଟିବାର ସମ୍ଭାବନା ରହିଛି। ତେଣୁ ସୃଷ୍ଟି ହୋଇଥିବା ଗର୍ତ୍ତ ତୁରନ୍ତ ମରାମତି ପାଇଁ ସ୍ଥାନୀୟ ଜନସାଧାରଣ ଦାବୀ କରିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories