www.samajalive.in
Friday, December 12, 2025
26.1 C
Bhubaneswar

କାର ସହ ୭୫କେଜି ଗଞ୍ଜେଇ ଜବତ ଜଣେ ଗିରଫ

ଫୁଲବାଣୀ : ଫିରିଙ୍ଗିଆ ବ୍ଲକ ଗୋଛାପଡା ଥାନା ପୁଲିସ ଗଞ୍ଜେଇ ଚାଲାଣ ହେଉଥିବା ବିଶ୍ବସ୍ତ ସୂତ୍ରରୁ ଖବର ପାଇଥିଲା। ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ଗୋଛାପଡା ଥାନା ଅଧିକାରୀଙ୍କ ନେତୃତ୍ୱରେ ଏକ ଟିମ୍ ସୁନାମୁଦି ନଦୀ ପୋଲ ଉପରେ ଜଗି ରହିଥିଲେ। ଗୋଛାପଡାରୁ ଫୁଲବାଣୀ ଅଭିମୁଖେ ଯାଉଥିବା ଏକ କାରକୁ ପୁଲିସ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚବେଳେ ସେଥିରୁ ୭୫କିଲୋ ଗଞ୍ଜେଇ ବାହାରି ଥିଲା। ଏହି ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ ଜଣେ ଯୁବକକୁ ପୁଲିସ ଅଟକ ରଖି ପଚରା ଉଚୁରା କରିଥିଲା। ଅଟକ ରହିଥିବ ଯୁବକ ଗୋଛାପଡା ଥାନା ଅନ୍ତର୍ଗତ ପଲାବୃଡି ପଞ୍ଚାୟତ ନେଡିପଦର ଗ୍ରାମର ବିବେକାନନ୍ଦ ଦିଗାଲ(୨୧) ବୋଲି ପୁଲିସ ସୂଚନା ଦେଇଛି। ଅନ୍ୟ ପଟେ ଗୋଛାପଡା ଥାନାରେ ଗଞ୍ଜେଇ ଚାଲାଣ ସଂକ୍ରାନ୍ତରେ ୧୨୦/୨ ରେ ଏକ ମାମଲା ରୁଜୁ ସହ ଅଭିଯୁକ୍ତ ବିବେକାନନ୍ଦ ଦିଗାଲକୁ କୋର୍ଟ ଚାଲାଣ କରିଥିବା ଗୋଛାପଡା ଥାନା ଅଧିକାରୀ ପ୍ରଭାତ କୁମାର ବେହେରା ସୂଚନା ଦେଇଛନ୍ତି l

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories