www.samajalive.in
Saturday, December 6, 2025
26.1 C
Bhubaneswar

ବିନା ଶୁଳ୍କରେ ପେନସନ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ

ଫୁଲବାଣୀ/ବାଲିଗୁଡା: କନ୍ଧମାଳ ଜିଲା ବାଲିଗୁଡା ଉପ କୋଷାଗାର କାର୍ଯ୍ୟାଳୟଠାରେ ବିନା ଶୁଳ୍କରେ ପେନସନ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା କେନ୍ଦ୍ରରେ ସହାୟତା କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅବସରରେ ଉପ କୋଷାଗାର ଅଧିକାରୀ ସୁଧାକର କହଁର, ତପନ କୁମାର ଦିଗାଳ, ପ୍ରଦୀପ କୁମାର ବେହେରା, ମୀନତି କୁମାରି ମିଶ୍ର, ଶରତ କୁମାର ପୂଜାରୀ ମୋ ସେବା କେନ୍ଦ୍ରର ଜିଲା ପରିଚାଳକ ଗୋଲକ ବିହାରୀ ନାୟକଙ୍କ ସମେତ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ବାଲିଗୁଡା ଅଞ୍ଚଳର ବହୁ ପେନସନ ଉପଭୋକ୍ତା ନିଜର ଆଧାର କାର୍ଡ, ପେନସନ ବହି, ବ୍ୟାଙ୍କ ପାସବୁକ ଏବଂ ମୋବଇଲ ନମ୍ବର ସଂଯୋଗ କରି ବିନା ଶୁଳ୍କରେ ସେମାନଙ୍କ ଜୀବନ ପ୍ରମାଣପତ୍ର ହାତପାହାନ୍ତାରେ ପାଇପାରିବେ। ମୋ ସେବା କେନ୍ଦ୍ର ମାଧ୍ୟମରେ ପେନସନ ଉପଭୋକ୍ତାଙ୍କ ଘରକୁ ଯାଇ ସେବା ଦେବାର ବ୍ୟବସ୍ଥା ମଧ୍ୟ ରହିଛି। ରାଜ୍ୟ ସରକାରଙ୍କ ଏହି ଯୋଜନାକୁ ପେନସନ ଉପଭୋକ୍ତା ସାଧୁବାଦ ଜଣାଇଛନ୍ତି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories