www.samajalive.in
Saturday, December 6, 2025
26.1 C
Bhubaneswar

ଜାତୀୟ ଆଇନ ସେବା ଦିବସ ଉପଲକ୍ଷେ ଶୋଭାଯାତ୍ରା

ଫୁଲବାଣୀ: ଆଜି ଜିଲା ଜଜଙ୍କ ନିର୍ଦେଶ କ୍ରମେ ଜିଲା ଆଇନ ସେବା ପ୍ରାଧିକରଣ ତରଫରୁ ଜାତୀୟ ଆଇନ ସେବା ଦିବସ ଉପଲକ୍ଷେ ‌ଏକ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଶୋଭାଯାତ୍ରାକୁ ଜିଲା ସ୍ପେସାଲ ଜଜ୍ ତଥା ଭିଜିଲାନ୍ସ ଜଜ୍ ସମର ବିଳାସ ବେହେରା ପତାକା‌ ଦେଖାଇ ଶୁଭାରମ୍ଭ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଚାରପତି ଦେବୀ ଦତ୍ତ ମହାପାତ୍ର, ସଇକତ ପାତ୍ର, ସଞ୍ଜିତ କୁମାର ବେହେରା ସମେତ ବରିଷ୍ଠ ଆଇନଜୀବୀ ବିଜୟ ମହାନ୍ତି, ହରିଶ୍ଚନ୍ଦ୍ର ମହାରଣା, ବୀଣାପାଣି ପ୍ରଧାନ, ଆଇନ ଜୀବୀ ସଙ୍ଘର ସଭାପତି ଭଗବାନ ମହାନ୍ତି ପ୍ରମୁଖ ଯୋଗଦେଇଥିଲେ। ବିଶେଷ ଭାବରେ ଆଇନ ସେବା ସହାୟତା କିପରି ସମସ୍ତଙ୍କ ନିକଟରେ ପହଞ୍ଚିବ ଏବଂ ଏହାର ସଦୁପଯୋଗ ହୋଇପାରିବ ସେଥିନେଇ ସଚେତନତା ସୃଷ୍ଟି କରାଯାଇଥିଲା। ଶୋଭାଯାତ୍ରା ସହରର ବିଭିନ୍ନ ଅଞ୍ଚଳ ପରିକ୍ରମା କରିଥିଲା।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories