www.samajalive.in
Monday, December 8, 2025
14.1 C
Bhubaneswar

ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା: ଦୋଷୀକୁ ୨୦ ବର୍ଷ ଜେଲ, ୨୦ ହଜାର ଟଙ୍କା ଜରିମାନା

ଫୁଲବାଣୀ : ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଏବଂ ସ୍ଵତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ଅପହରଣ ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଘଟଣାର ୧୫ ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ପ୍ରମାଣ ଆଧାରରେ ମାମଲାର ଅଭିଯୁକ୍ତ ଅଶୋକ ଓରଫ ଆଶିଷ କୁମାର ନାୟକକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୨୦ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି। ଜରିମାନା ଅନାଦେୟ ଅଭିଯୁକ୍ତକୁ ଆଉ ଅଧିକ ୬ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ବିଚାରପତି ନିଜ ରାୟରେ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ମାମଲାକୁ ସ୍ୱତନ୍ତ୍ର ପୋକ୍ସୋ କୋର୍ଟର ସ୍ଵତନ୍ତ୍ର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ।

ପ୍ରାପ୍ତ ସୂଚନା ଅନୁଯାୟୀ, ଗତ ୧୨/୧/୨୦୨୦ ତାରିଖ ଦିନ ୭ ଘଣ୍ଟା ସମୟରେ ନାବାଳିକା ଜଣକ ବଜାର କାମରେ ଯାଇଥିବା ବେଳେ
ସେଠାରେ ନାବାଳିକା ଜଣଙ୍କୁ ଏକୁଟିଆ ସୁଯୋଗ ନେଇ ଅଭିଯୁକ୍ତ ଆଶିଷ କୁମାର ନାୟକ ବଳପୂର୍ବକ କେଉଁ ଆଡ଼େ ନେଇଯାଇଥିଲା ଏବଂ ସମସ୍ତଙ୍କୁ ପୀଡିତାକୁ ବିବାହ କରିଥିବା କଥା ପ୍ରଚାର କରିଥିଲା। କୌଣସି ସୂତ୍ରରୁ ପୀଡିତା ପରିବାର ଖବର ପାଇ କ.ନୂଆଗାଁ ଥାନାରେ ଏତଲା ଦେଇଥିଲେ। ଆହୁରି ମଧ୍ୟ ପରିବାର ଲୋକେ ଅଭିଯୁକ୍ତ ପୀଡ଼ିତାଙ୍କୁ ଡରାଇ ଧମକାଇ ତୁ ମୋତେ ବିବାହ ନକଲେ ତୋତେ ଜୀବନରୁ ମାରିଦେବି ଏବଂ ତୋର ପରିବାରକୁ ଛାରଖାର କରିଦେବି ବୋଲି ମଧ୍ୟ ଧମକ ଦେଇଥିବା ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପ୍ରକାରେ, ଥାନା କେସ୍ ନମ୍ବର ୦୩/୨୦ ରେ ଏକ ମାମଲା ପୋକ୍ସୋ ଆଇନ ଅନୁସାରେ ରୁଜ୍ଜୁ କରିବା ସହିତ ଅଭିଯୁକ୍ତକୁ କୋର୍ଟରେ ହାଜର କରାଇଥିଲା। ସେହି ମାମଲାର ବିଚାର କରି ବିଚାରପତି ଉପରୋକ୍ତ ରାୟ ଶୁଣାଇଛନ୍ତି। ଏଥି ସହିତ ଏହି ମାମଲାରେ ପୀଡ଼ିତାଙ୍କ ପରିବାରକୁ ଆଇନସେବା ପ୍ରାଧିକରଣ ତରଫରୁ ୬ ଲକ୍ଷ ଟଙ୍କା କ୍ଷତିପୂରଣ ରାଶି ଯୋଗାଇ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories