www.samajalive.in
Monday, December 8, 2025
20.1 C
Bhubaneswar

ଜିଲା ସ୍ତରୀୟ ଶିଶୁ କନ୍ୟା ଦିବସ ପାଳିତ

ଫୁଲବାଣୀ : ସ୍ଥାନୀୟ ସଭାଗୃହ ଠାରେ ଜିଲା ପ୍ରଶାସନ ଓ ଜିଲା ଶିଶୁ ସୁରକ୍ଷା ୟୁନିଟ୍ , ଜିଲା ମୁଖ୍ୟ ଚିକିତ୍ସାଳୟ ମିଳିତ ସହଯୋଗାରେ ଜିଲା ସ୍ତରୀୟ ଶିଶୁ କନ୍ୟା ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗର ସଦସ୍ୟା ଜଲିନା ପ୍ରିୟଦର୍ଶନୀ ଯୋଗଦେଇତିବା ବେଳେ ସମ୍ମାନିତ ଅତିଥିଭାବେ ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼.ବସନ୍ତ ପାତ୍ର, ସହକାରୀ ଜିଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଧର୍ମେନ୍ଦ୍ର ତାଣ୍ଡି , ଶିଶୁ ମଙ୍ଗଳ ସମିତିର ସଦସ୍ୟ ଓ ସଦସ୍ୟା ସଦଶିବ ପାତ୍ର , ମମତା ଦାସ ପ୍ରମୁଖ ଯୋଗଦେଇ ବିଭିନ୍ନ ଦିଗ ଉପରେ ସଚେତନ କରିଥିଲେ। ଜିଲା ସମାଜ ମଙ୍ଗଳ ଅଧିକାରୀ ସରୋଜବାଳା ଆଚାର୍ଯ୍ୟ କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିବା ବେଳେ ଜିଲା ଶିଶୁ ସୁରକ୍ଷା ଅଧିକାରୀ ରଶ୍ମିତା କରନ୍ ପ୍ରାରମ୍ଭିକ ସୂଚନା ଓ ସୁରକ୍ଷା ଅଧିକାରୀ ସୁନିଲ୍ କୁମାର ପ୍ରଧାନ କାର୍ଯ୍ରକ୍ରମ ପରିଚାଳନା କରିଥିଲେ।

ଏହି ଅବସରରେ ଜିଲାର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବାଳିକା ମାନଙ୍କ ମଧ୍ୟରେ ସମୃଦ୍ଧି ପଟନାୟକ, ସାନଭି ସାଧନା ପ୍ରଧାନ, ସୁମିତ୍ରା ଶବର, ରୁନି ବଳିଆରସିଂ, ଲିପିକା ଦିଗାଲ, ପ୍ରିୟତମା ମଲିକଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା। ବାଳିକା ଦିବସ ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତି ମାନଙ୍କୁ ମଧ୍ୟ ଅତିମାନେ ପୁରସ୍କୃତ କରିଥିଲେ ଓ ଡ଼ି.ସିପିୟୁ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଜିଲା ଶିଶୁ ସୁରକ୍ଷା ୟୁନିଟ୍ , ସ୍ୱାତୀ , ବନବାସୀ ସେବାସମିତି , ୱାନ ଷ୍ଟପ୍ ସେଣ୍ଟର ଆଦିର କର୍ମକର୍ତ୍ତା ମାନେ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories