www.samajalive.in
Sunday, December 7, 2025
16.1 C
Bhubaneswar

ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ପୁରସ୍କାର ପାଇଲେ କନ୍ଧମାଳର ସୁଜାତା

ଫୁଲବାଣୀ: ଭୁବନେଶ୍ୱରରେ ଆୟୋଜିତ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ପୁରସ୍କାର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ଜିଲାର ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀଙ୍କୁ ପୁରସ୍କୃତ କରିଛନ୍ତି। ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲା ଫିରିଙ୍ଗିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ପବିଙ୍ଗିଆ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ସ୍ୱାସ୍ଥ୍ୟକର୍ମୀ ସୁଜାତା ବେହେରାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ସେ ୨୦୦୮ ମସିହାରୁ ମହିଳା ସ୍ୱାସ୍ଥ୍ୟ କର୍ମୀ ଭାବରେ କାର୍ଯ୍ୟରତ ଅଛନ୍ତି। ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ କାର୍ଯ୍ୟରତ ସରକାରୀ କର୍ମଚାରୀଙ୍କୁ ପ୍ରୋତ୍ସାହିତ କରିବା ଏବଂ ମନବଳ ବୃଦ୍ଧି କରିବା। ତେବେ ପବିଙ୍ଗିଆ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ସ୍ୱାସ୍ଥ୍ୟକର୍ମୀ ସୁଜାତା ବେହେରା ପୂର୍ବରୁ ମଧ୍ୟ ଜିଲା ଓ ରାଜ୍ୟସ୍ତରରେ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଦ୍ୱାରା ସମ୍ବର୍ଦ୍ଧିତ ହୋଇଥିବା ସୂଚନା ରହିଛି। ଏନେଇ ସୁଜାତା ବେହେରାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଥିବା ବେଳେ ଏହି ପୁରସ୍କାର ତାଙ୍କୁ ଅଧିକ ଉତ୍ସାହର ସହ କାର୍ଯ୍ୟ କରିବା ପାଇଁ ପ୍ରେରଣା ଯୋଗାଇବ ବୋଲି ସୁଜାତା କହିଛନ୍ତି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories