www.samajalive.in
Thursday, December 11, 2025
15.1 C
Bhubaneswar

ନାବାଳିକାଙ୍କ ଆତ୍ମହତ୍ୟା

ଫୁଲବାଣୀ : କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ସମ୍ବେପଦର ଅଞ୍ଚଳର ଜଣେ ୧୭ ବର୍ଷର ନାବାଳିକା ଘରେ କେହି ନଥିବା ସମୟରେ ବେକରେ ନିଜ ଓଢଣୀ ଲଗାଇ ଆତ୍ମହତ୍ୟା କରିଥିବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପ୍ରକାରେ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି ମୃତଦେହକୁ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।

ଏନେଇ ମୃତ ନାବାଳିକାଙ୍କ ଭାଇ କ୍ଷିରୋଦ ବେହେରା ଥାନାରେ ଏତଲାରେ ଦେଇଛନ୍ତି। ଏତଲା ପ୍ରକାରେ ତାଙ୍କ ସାନ ଭଉଣୀଙ୍କ ଆତ୍ମହତ୍ୟା ପାଇଁ ୪ ଜଣ ଦାୟୀ ବୋଲି ଅଭିଯୋଗ କରି ଏତଲାରେ ଦର୍ଶାଇବା ସହିତ ନ୍ୟାୟ ପାଇଁ ପ୍ରାର୍ଥନା କରିଛନ୍ତି। ନାବାଳିକାଙ୍କ ଆତ୍ମହତ୍ୟାକୁ ନେଇ ସଂପୃକ୍ତ ଅଞ୍ଚଳରେ ଶୋକରଛାୟା ଖେଳିଯାଇଥିବା ବେଳେ ନିକଟରେ ଏକ ଦୁର୍ଘଟଣାରେ ତାଙ୍କ ବାପା ଦୁର୍ବାସା ବେହେରା ପ୍ରାଣ ହରାଇଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories