www.samajalive.in
Saturday, December 6, 2025
23.1 C
Bhubaneswar

ଭୋଟର ସଚେତନତା କାର୍ଯ୍ୟକ୍ରମ

ଫୁଲବାଣୀ: ବନ୍ଧଗଡ଼ ଠାରେ ସ୍ୱାତୀ ଅନୁଷ୍ଠାନର ସମ୍ବଳ କେନ୍ଦ୍ର ଠାରେ ଭୋଟର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଚଳିତ ୨୦୨୪ ନିର୍ବାଚନ ଯେତିକି ପାଖେଇ ଆସୁଛି ଭୋଟରଙ୍କ ମଧ୍ୟରେ ଉତ୍ସାହ ସହ ଉତ୍କଣ୍ଠା ମଧ୍ୟ ଦେଖିବାକୁ ମିଳିଛି। ବର୍ତ୍ତମାନ ପ୍ରଶାସନ ଠାରୁ ବିଭିନ୍ନ ସ୍ବେଛାସେବୀ ଅନୁଷ୍ଠାନ ତରଫରୁ ମଧ୍ୟ ଭୋଟର ମାନଙ୍କୁ ସଚେତନ କରାଯାଉଥିବା ବେଳେ ସ୍ବେଛାସେବୀ ଅନୁଷ୍ଠାନ ସ୍ୱାତୀ ତରଫରୁ ସଭାଗୃହରେ ଭୋଟର ସଚେତନତା କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଛି।

କାର୍ୟ୍ୟକ୍ରମରେ ଅନୁଷ୍ଠାନର ସମ୍ପାଦକ ଇଂ ହରିଶଙ୍କର ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ୟ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟକ୍ଷ ପ୍ରଶାନ୍ତ ଶତପଥୀ, କାର୍ୟ୍ୟକ୍ରମ ସଂଯୋଜକ ବିଶ୍ୱରଞ୍ଜନ କର, ପ୍ରଦୀପ କୁମାର ସ୍ୱାଇଁ, ଗିରିଶ ଚନ୍ଦ୍ର ସାମଲ, ଯୋଗ ଦେଇଥିଲେ । ଏହି ସଚେତନତା କାର୍ଯ୍ୟକ୍ରମରେ ଅଞ୍ଚଳ ସମେତ ବିଭିନ୍ନ ଅଞ୍ଚଳରୁ ଭୋଟରମାନେ ଯୋଗ ଦେଇ ସଚେତନ କାର୍ୟ୍ୟକ୍ରମ ରେ ସଚେତନତା ବାର୍ତା ଗ୍ରହଣ କରିଥିଲେ। ଅନୁଷ୍ଠାନର ସମସ୍ତ ପ୍ରକଳ୍ପର କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories