www.samajalive.in
Saturday, December 13, 2025
18.1 C
Bhubaneswar

ଯୁବ ସମାଜସେବୀ ଅଂଶୁମାନ ପ୍ରିୟଦର୍ଶନ ଆତ୍ମହତ୍ୟା, ଫୁଲବାଣୀ ଟାଉନ ପୁଲିସର ତଦନ୍ତ ଆରମ୍ଭ

ଫୁଲବାଣୀ: ଫୁଲବାଣୀ ସହରର ଜଣାଶୁଣା ଯୁବ ସମାଜସେବୀ ଅଂଶୁମାନ ପ୍ରିୟଦର୍ଶନ ଆତ୍ମହତ୍ୟା କରିଛନ୍ତି। ଆଜି ସକାଳେ ଫୁଲବାଣୀ ଟାଉନ ପୁଲିସ ସ୍ଥାନୀୟ ଅମଲାପଡା ସ୍ଥିତ ତାଙ୍କ ବାସଭବନରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରିଛି। ସକାଳେ ପରିବାର ଲୋକେ ଦେଖିବା ପରେ ଫୁଲବାଣୀ ଟାଉନ ଥାନାକୁ ଜଣାଇଥିଲେ।  ଟାଉନ ପୁଲିସ୍ ଆସି ମୃତଦେହକୁ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇ ଥିଲେ।
ଅଂଶୁମାନ ସ୍ବେଚ୍ଛାସେବୀ ଅନୁଷ୍ଠାନ ୟୁଥ ଫର ଆକ୍ସନର ରାଜ୍ୟ ସମ୍ପାଦକ ଭାବେ ଦାୟିତ୍ୱ ତୁଲାଉ ଥିଲେ। ଜିଲାରେ ବିଭିନ୍ନ ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ପାରିଥିଲେ। ତାଙ୍କର ଅକାଳ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି। ତେବେ କେଉଁ କାରଣ ପାଇଁ ସେ ଆତ୍ମହତ୍ୟା କରିଛନ୍ତି, ସେ ନେଇ କିଛି ଜଣା ପଡିନାହିଁ। ଏ ସମ୍ପର୍କରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ଅଧିକ ତଦନ୍ତ ଜାରି ରଖିଛି ଟାଉନ ପୁଲିସ୍ ।

Hot this week

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

ଓଃ କି ଦୁର୍ଭାଗ୍ୟ ! ଗାଈ ଖୋଜି ଜଙ୍ଗଲ ଯାଇଥିଲେ, ଗୟଳ ଆକ୍ରମଣରେ ଚାଲିଗଲା ଜୀବନ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟ ଭିତରେ...

Related Articles

Popular Categories