www.samajalive.in
Friday, December 12, 2025
14.1 C
Bhubaneswar

ଏକଲବ୍ୟ ଆବାସିକ ଆଦର୍ଶ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ

ଫୁଲବାଣୀ:ଫିରିଙ୍ଗିଆ ଠାରେ ଥିବା ଏକଲବ୍ୟ ଆବାସିକ ଆଦର୍ଶ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ର ପ୍ରଥମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଛି। ବିଦ୍ୟାଳୟର ଅଧକ୍ଷ କୈଳାଶ ଚନ୍ଦ୍ର ସିଂଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲା କ୍ରୀଡା ଅଧିକାରୀ ସମୀର କୁମାର ନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଗୋଛାପଡା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମେଶ କୁମାର ସାହୁ ମୁଖ୍ୟବକ୍ତା, ନେଡିପଦର ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଞ୍ଜନ କୁମାର ପାଢ଼ୀ, ଦାମିଙ୍ଗିଆ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପର୍ଶୁରାମ କହଁର, ଫିରିଙ୍ଗିଆ ବ୍ଲକ ମୁଖ୍ୟାଲୟର ସାଧନ କର୍ମୀ ରାଜେଶ କୁମାର ନାଏକ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।

କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଉପାଧ୍ୟକ୍ଷ ସାଇ ସ୍ୱରପ ପାତ୍ର ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ଶିକ୍ଷକ ସୌରଭ ଦତ୍ତ, ତନ୍ମୟ ସାହୁ, ଧୃବ ପାଲ, ସୁପ୍ରିୟା ପାତ୍ର, ଦିବ୍ୟ ଶେଖର, ମାଧୁରୀ ସାହୁ, ରୱଲ, ଆଲୋକ କୁମାର ସେନାପତି, ପ୍ରଭାତ ମହାରଣା ପ୍ରମୁଖ ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ବିଦ୍ୟଳୟରେ ଛାତ୍ରଛାତ୍ରୀ ମାନଙ୍କ ମାଧ୍ୟରେ ହୋଇଥିବା ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories