www.samajalive.in
Sunday, December 7, 2025
23.1 C
Bhubaneswar

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ 

ଫୁଲବାଣୀ:  ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ ତଥା ସ୍ବତନ୍ତ୍ର ପୋକସୋ କୋର୍ଟ ବିଚାରପତି ଅଭିଯୁକ୍ତକୁ ୨୦ ବର୍ଷ ଜେଲଦଣ୍ଡ ଆଦେଶ ଦେଇଛନ୍ତି। ଏଥିସହ ଅଭିଯୁକ୍ତକୁ ୪୫ ହଜାର ଟଙ୍କା ଜରିମାନା କରାଯାଇଛି। ଅଭିଯୁକ୍ତ ଜଣକ ହେଲେ କୋଟଗଡ ଥାନା ଅଞ୍ଚଳର ମହାସେକ ମୁଠାମାଝୀ(୨୫) ବୋଲି ଜଣା ପଡିଛି।

ସୂଚନା ଅନୁଯାୟୀ, ପୀଡିତା ଜଣକ ତାଙ୍କ ଭଉଣୀ ଘରେ ଥିବା ବେଳେ  ଅଭିଯୁକ୍ତ ତାଙ୍କୁ ଅପହରଣ କରି ନେଇଥିଲେ। ପରେ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିଲେ। ଘରଲୋକେ ତାଙ୍କୁ ଖୋଜାଖୋଜି କରି ନ ପାଇବାରୁ ୨୦୧୮ ମେ ମାସ ୮ ତାରିଖରେ କୋଟଗଡ ଥାନାରେ ଲିଖିତ  ଅଭିଯୋଗ କରିଥିଲେ।  ଏତଲା ଆଧାରରେ ପୁଲିସ ୨୫/୧୮ରେ ଏକ ମାମଲା  ରୁଜୁ କରିଥିଲା। ପରେ ଅଭିଯୁକ୍ତ ଙ୍କ ଜଣେ ପରିଚିତ ମାମଲା ରୁଜୁ ହେବା ଜାଣି ଚତୁରତା ସହ  ନାବାଳିକାଙ୍କୁ ଆଣି କୋଟଗଡ ଥାନା ପାଖରେ ଛାଡି ଦେଇ ଚାଲି ଯାଇଥିଲା।

- Advertisement -

ଏହାପରେ ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଆଜି ଏହି ମାମଲାର ବିଚାର କରି ପୋକସୋ କୋର୍ଟ ବିଚାରପତି ରାଜେଶ ଦାଶ ପୀଡିତା ଏବଂ  ୧୨ ଜଣ ସାକ୍ଷୀଙ୍କ ବୟାନ ତଥା ଡାକ୍ତରୀ ରିପୋର୍ଟ ଆଧାରରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ପୀଡିତାଙ୍କୁ କ୍ଷତି ପୂରଣ ବାବଦରେ ୫ ଲକ୍ଷ ଟଙ୍କା ପ୍ରଦାନ କରାଯିବାକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ମାମଲାଟିକୁ ସରକାରଙ୍କ ତରଫରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories