www.samajalive.in
Saturday, December 6, 2025
26.1 C
Bhubaneswar

ଜିଲା ସ୍ତରୀୟ ବିଶ୍ୱଜଳ ଦିବସରେ ଆଲୋଚନାଚକ୍ର

ଫୁଲବାଣୀ:ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲା ସ୍ତରୀୟ ବିଶ୍ୱଜଳ ଦିବସ ପାଳନ ସହିତ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ଭୁନାଥ ନନ୍ଦୀ ଉଦଘାଟନ କରିବା ସହିତ ଏହି ଦିବସ ଉପରେ ଆଲୋକପାତ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ବାଲିଗୁଡ଼ା ଆଇଟିଡ଼ିଏ ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର , ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ନରେନ୍ଦ କୁମାର ନାୟକ , ଜିଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତି ବିଜୟଲକ୍ଷ୍ମୀ ବେହେରା , ଫୁଲବାଣୀ ଗୋଷ୍ଠି ଉନ୍ନୟନ ଅଧିକାରୀ ସୌମ୍ୟ ରଂଜନ ପାତ୍ର ପ୍ରମୁଖ ଯୋଗଦେଇଥିଲେ। ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ସହିତ ବିଭିନ୍ନ ବିଭାଗର ଅଧିକାରୀ ଓ ଅନ୍ୟ କର୍ମଚାରୀ ମାନେ ଯୋଗଦେଇ ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ବିଭିନ୍ନ ଗ୍ରାମର ଅଧିବାସୀ ମାନେ ମଧ୍ୟ ସାମିଲ୍ ହୋଇ ବିଭିନ୍ନ ପ୍ରଶ୍ନ ପଚାରିଥିବା ବେଳେ ଯୋଗଦେଇଥିବା ବିଭାଗୀୟ ଅଧିକାରୀ ମାନେ ଏହାର ଉତ୍ତର ଦେଇଥିଲେ। କାର୍ଯ୍ୟକ୍ରମକୁ ବିଭାଗର ପ୍ରଶାନ୍ତ କୁମାର ମିଶ୍ର ଓ ଅନ୍ୟମାନେ ପରିଚାଳନା କରିଥିଲେ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories