www.samajalive.in
Sunday, December 14, 2025
23.1 C
Bhubaneswar

ନାବାଳିକା ଅପହରଣ ଏବଂ ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୨୦ ବର୍ଷ ଜେଲ

ଫୁଲବାଣୀ :  ଏକ ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାର ଶୁଣାଣୀ କରି ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ତଥା ସ୍ବତନ୍ତ୍ର ପୋକସୋ କୋର୍ଟ ବିଚାରପତି   ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ ଜେଲଦଣ୍ଡ ଆଦେଶ ଦେଇଛନ୍ତି। ଏଥିସହ ଦୋଷୀକୁ ୫୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ତୁମୁଡିବନ୍ଧ ଥାନା ଅଞ୍ଚଳର ହରି ଶଙ୍କର ବେହେରା ଦଳାଇ।
ସୂଚନା ଅନୁସାରେ ଅଭିଯୁକ୍ତ ହରିଶଙ୍କର ଗତ ୨୦୨୧ ମସିହାରେ ପିଡିତାଙ୍କୁ ଅପହରଣ କରି ନେଇଯିବା ପରେ ୨୦୨୩ ମସିହା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ରଖି ଦୁଷ୍କର୍ମ କରିଥିଲେ। ଇତି ମଧ୍ୟରେ ପିଡିତା ଗର୍ଭବତୀ ହେବାରୁ ତାଙ୍କର ଗର୍ଭପାତ କରାଇଥିଲେ। ତେବେ ଦ୍ବିତୀୟ ଥର ଗର୍ଭପାତ କରିବାରେ ଅସଫଳ ହେବାରୁ ନାବାଳିକା ଜଣକ ନିଜ ଘର ଲୋକଙ୍କୁ ସବୁ ବିଷୟ ଜଣାଇଥିଲେ।
ପରିବାର ଲୋକେ ପୁଅଘରେ ଏନେଇ କହିବାରୁ ସେମାନେ ବିବାହ ପାଇଁ ରାଜି ହେବା ସହ ଏକବର୍ଷ ପରେ ବିବାହ କରାଇବେ ବୋଲି କହିଥିଲେ। ତେବେ ପରେ ସେମାନେ ଆଉ ଧରାଛୁଆଁ ଦେଇ ନଥିଲେ। ଫଳରେ ୨୦୨୩ ନଭେମ୍ବର ୧୪ ତାରିଖରେ ପୀଡିତାଙ୍କ ପରିବାର ପକ୍ଷରୁ ତୁମୁଡିବନ୍ଧ ଥାନାରେ ଏକ ଲିଖିତ  ଅଭିଯୋଗ ହୋଇଥିଲା ।
ପୁଲିସ ଅଭିଯୋଗ ଆଧାରରେ ୧୩୭/୨୦୨୩ରେ ଏକ ମାମଲା ରୁଜ୍ଜୁ କରି ଅଭିଯୁକ୍ତକୁ  ଗିରଫ କରି କୋର୍ଟ ଚାଲାଣ କରିଥିଲା। ଆଜି ଏହି ମାମଲାର ବିଚାର କରି ପୋକସୋ କୋର୍ଟ ବିଚାରପତି ରାଜେଶ ଦାଶ ୧୨ଜଣ ସାକ୍ଷୀ ଓ ପିଡିତାଙ୍କ ବୟାନ ଏବଂ ଡାକ୍ତରୀ ରିପୋର୍ଟ ଆଧାରରେ ଉପରୋକ୍ତ ରାୟ ଶୁଣାଇଛନ୍ତି । ପିଡିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ମାମଲାଟିକୁ ସରକାରଙ୍କ ତରଫରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ ।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories