www.samajalive.in
Saturday, December 13, 2025
14.1 C
Bhubaneswar

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଫୁଲବାଣୀ: ସ୍ଥାନୀୟ ମାଷ୍ଟରପଡା ତୋଟାସାହିରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ସୁଶାନ୍ତ କୁମାର ପଣ୍ଡାଙ୍କ ପୁଅ ସିଦ୍ଧାର୍ଥ ଶଙ୍କର ପଣ୍ଡା(୨୮) ବୋଲି ଜଣାପଡିଛି।

ସୂଚନା ଅନୁଯାୟୀ, ରବିବାର ସକାଳେ ସିଦ୍ଧାର୍ଥ ନିଜ ଶୋଇବା ଘର ଫ୍ୟାନରେ ବେକରେ ଦଉଡି ଦେଇ ଝୁଲୁଥିବା ପରିବାର ଲୋକେ ଦେଖିବାକୁ ପାଇଥିଲେ। ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆ ଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

- Advertisement -

ଟାଉନ ପୁଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ ଏକ ଅପମୃତ୍ୟ ମାମଲା ରୁଜ୍ଜୁ କରାଯାଇ ତଦନ୍ତ ଚାଲିଥିବା ଟାଉନ ଥାନା ସୂତ୍ରରୁ ଜଣାପଡ଼ିଛି। ମୃତ୍ୟୁର ପ୍ରକୃତ କାରଣ ଜଣା ପଡି ନଥିବା ବେଳେ ସିଦ୍ଧାର୍ଥ ଚାକିରୀ ସମସ୍ୟା ନେଇ ଚିନ୍ତାରେ ଥିବା କୁହାଯାଉଛି।

Hot this week

ସୂଚନା ଓ ଲୋକ ସମ୍ପର୍କ ବିଭାଗରେ ବହୁ ପଦ ଖାଲି

କାମଚଳା ଅଧିକାରୀଙ୍କ ଦାୟିତ୍ୱରେ ଜିଲା ଓ ମୁଖ୍ୟାଳୟ କଟକ : ସୂଚନା ଓ...

ସାଇବର ଥାନାରେ ଖୋଲିବ ଫୋରେନ୍‌ସିକ ୟୁନିଟ୍‌

ଭୁବନେଶ୍ବର : ସାଇବର ଅପରାଧୀଙ୍କ ପଞ୍ଝାରେ ଓଡ଼ିଶା। ସାଇବର ଠକେଇ କମୁନି,...

ସନ୍ତୋଷଙ୍କ ବିରୋଧରେ ବିଜେଡ଼ିର କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ବର : ବିଧାନସଭାରେ ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଓ...

ଆଜି ଆୟୁଷ୍ମାନ ଯୋଗ: ଶୁଭ ମୁହୂର୍ତ୍ତରେ କରନ୍ତୁ ଏହି କାର୍ଯ୍ୟ

ସମାଜ ଡିଜିଟାଲ ଡେସ୍କ: ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ଆଜି ଡିସେମ୍ବର ୧୩,...

ଶୀତରେ ଥରୁଛି ସାରା ଓଡିଶା

ଭୁବନେଶ୍ଵର: ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ ଦିଗରୁ...

Related Articles

Popular Categories