www.samajalive.in
Wednesday, November 12, 2025
17.1 C
Bhubaneswar

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗ, ପ୍ରଧାନ ଶିକ୍ଷକଙ୍କୁ ୪ବର୍ଷ ଜେଲ

ଫୁଲବାଣୀ: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଜନୈକ ପ୍ରଧାନ ଶିକ୍ଷକଙ୍କୁ ୪ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ଅଭିଯୁକ୍ତଙ୍କୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଭିଯୁକ୍ତଙ୍କୁ ଅଧିକ ୬ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ତଳମାଲଖା ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ତତ୍କାଳୀନ ପ୍ରଧାନ ଶିକ୍ଷକ ପଞ୍ଚାନନ କହଁର। ସେ ବର୍ତ୍ତମାନ ସିଲେଟପଡା ୟୁଜିଏମଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଅଛନ୍ତି। ସୂଚନା ଅନୁଯାୟୀ, ଅଭିଯୁକ୍ତ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବାବେଳେ ଶ୍ରେଣୀଗୃହ ନିର୍ମାଣ ପାଇଁ ଅନୁଦାନ ଆସିଥିଲା। ଏହି ଅନୁଦାନ ଅର୍ଥରୁ ସେ ୨ ଲକ୍ଷ ୯୨ ହଜାର ୫୫୩ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ଆଧାରରେ ତଦନ୍ତ କରାଯାଇ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ଏନେଇ ୨୦୧୭ରେ ଏକ ମାମଲା ରୁଜ୍ଜୁ ହୋଇଥିଲା। ମଙ୍ଗଳବାର (ଅଗଷ୍ଟ ୧୩)ରେ ଏହି ମାମଲାର ଶୁଣାଣୀ କରି ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟର ବିଚାରପତି ସମରବିଳାସ ବେହେରା ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ଏହି ଘଟଣାର ଅନ୍ୟତମ ଅଭିଯୁକ୍ତ ତତ୍‌‌କାଳୀନ ସ୍କୁଲ କମିଟି ସଭାପତି ଦଶରଥ ରଣାଙ୍କୁ ପ୍ରମାଣ ଅଭାବରୁ ଦୋଷମୁକ୍ତ କରିଛନ୍ତି। ମାମଲାଟିକୁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଭି ଭି ରାମଦାସ ପରିଚାଳନା କରୁଥିଲେ।

Hot this week

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ସୌମ୍ୟା ସ୍ୱାମୀନାଥନ

ଭୁବନେଶ୍ୱର :  ପ୍ରଖ୍ୟାତ ବୈଜ୍ଞାନିକ ତଥା ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡସନର ଅଧ୍ୟକ୍ଷା...

ନଓ୍ବାଦାରେ ମତଦାନ ସମୟରେ ଦୁଇ ଦଳର ସମର୍ଥକ ମୁହାଁମୁହିଁ

ନଓ୍ବାଦା: ବିହାରରେ ମଙ୍ଗଳବାର ଭୋଟିଂ ସମୟରେ ନଓ୍ବାଦା ଜିଲାରେ ବାରିସଲିଗଞ୍ଜ ଅଞ୍ଚଳରେ...

ଏଭଳି ଟଙ୍କାବଣ୍ଟା ନିର୍ବାଚନ ଜୀବନରେ ଦେଖି ନ ଥିଲି: ଶ୍ରୀକାନ୍ତ

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ଭୋଟରଙ୍କୁ ପ୍ରଭାବିତ କରିବା ଲାଗି ବିଜେପି...

ଖଟିଆରେ ଆସି ମତଦାନ କଲେ ୧୧୦ ବର୍ଷୀୟା କାଲିୟା ଦେବୀ

କୈମପୁର : କୈମପୁର ଜିଲାର ମୋହନିୟା ବିଧାନସଭା କ୍ଷେତ୍ରର ଅମରପୁରାରେ ଜଣେ...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ଅନୁସନ୍ଧାନ କରିବ ସିବିଆଇ

ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ କରିବ କେନ୍ଦ୍ରୀୟ ଅନୁସନ୍ଧାନ...

Related Articles

Popular Categories