www.samajalive.in
Monday, December 8, 2025
24.1 C
Bhubaneswar

ଫୁଲବାଣୀରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

ଫୁଲବାଣୀ : କନ୍ଧମାଳ ଜିଲା ଫୁଲବାଣୀରେ “ସମାଜ” ତରଫରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ୍ଙ୍କ ୧୪୭ ତମ ଜୟନ୍ତୀ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ରୋଟାରୀ କ୍ଲବ୍ ଫୁଲବାଣୀ,ଏମ୍ କେ ଏସ୍ ପି, ଫୁଲବାଣୀ, ସ୍ୱେଚ୍ଛାସେବୀ ସଂସ୍ଥା “ସ୍ୱାତୀ”, ଇ-ଲାଇବ୍ରେରୀ ସମେତ ବିଭିନ୍ନ ସଂଗଠନର କର୍ମକର୍ତ୍ତା ଏବଂ ଗଣମାଧ୍ୟମ ପ୍ରତିନିଧି ଯୋଗଦେଇ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଭାକର ମହାରଣା, ରୋଟାରୀ କ୍ଲବ୍ ସଭାପତି ବିପ୍ରଚରଣ ପାତ୍ରଙ୍କ ସହ ବହୁ ସଂଖ୍ୟାରେ ସାଧାରଣ ଜନତା ଯୋଗଦେଇଥିଲେ। ସମାଜ ଜିଲ୍ଲା ପ୍ରତିନିଧି ଅଶୋକ କୁମାର ମହାନ୍ତିଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ପାଇଁ ରୋଟାରୀଆନ୍ ପ୍ରସନ୍ନ ପଣ୍ଡା ଧନ୍ୟବାଦ ଅର୍ପଣ କରିଥଲେ।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories