www.samajalive.in
Sunday, December 14, 2025
14.1 C
Bhubaneswar

‘ରାଜ୍ୟର ସବୁ ଜିଲାରେ ହେବ ଫିଜିଓଥେରାପି ସେଣ୍ଟର’

ଭୁବନେଶ୍ୱର: ବରିଷ୍ଠ ନାଗରିକମାନଙ୍କ ପାଇଁ ରାଜ୍ୟର ସବୁ ଜିଲାରେ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା ୟୁନିଟ ସୁବିଧା ସହଫିଜିଓଥେରାପି ସେଣ୍ଟରମାନ କାର୍ଯ୍ୟ କରିବ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ରାଜ୍ୟରେ ସାମାଜିକ ସୁରକ୍ଷା ଭତ୍ତା ହିତାଧିକାରୀଙ୍କ ମଧ୍ୟରେ ପ୍ରାୟ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକ ରହିଛନ୍ତି ।
ଆଜି ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ଅବସରରେ ବିଭାଗ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ପଣ୍ଡା କହିଛନ୍ତି ଯେ ବରିଷ୍ଠ ନାଗରିକମାନଙ୍କ ସେବାଯତ୍ନ ନିମନ୍ତେ ଅଧିକ ତାଲିମପ୍ରାପ୍ତ ମାନବସମ୍ବଳ ସୃଷ୍ଟି ଉପରେ ଗୁରୁତ୍ୱ ଦିଆଯାଇ ଖୁବ୍‌ଶୀଘ୍ର ସେବାକାରୀଙ୍କ ପାଇଁ ଏକ ତାଲିମ ପ୍ରତିଷ୍ଠାନ ଆରମ୍ଭ ହେବ । ୫-‘ଟି’ ସୂତ୍ର ଅନୁସରଣରେ ବିଭାଗରେ ବୟସ୍କ ନାଗରିକଙ୍କ ସମସ୍ୟାଗୁଡ଼ିକର ପଞ୍ଜୀକରଣ ତଥା ସମାଧାନ ପାଇଁ ଅନ୍‌ଲାଇନ୍‌ ସୁବିଧା ଉପଲବ୍ଧ ହୋଇଛି । ବୟସ୍କ ନାଗରିକଙ୍କ ମଧ୍ୟରେ ଡିଜିଟାଲ୍‌ ସାକ୍ଷରତା ବ୍ୟାପକ କରିବା ନିମନ୍ତେ ବିଭାଗ ପକ୍ଷରୁ ଉଦ୍ୟମ କରାଯାଉଛି । ମନ୍ତ୍ରୀ ଶୀ୍ର ପଣ୍ଡା ପୁଣି କହିଛ;ି ଯେ ରାଜ୍ୟ ସରକାର ପ୍ରତି ଜିଲାରେ ଆର ମ୍ଭ କରୁଥିବା ସମନ୍ୱିତ ଭିତ୍ତିଭୂମି କେନ୍ଦ୍ରଗୁଡ଼ିକରେ ବରିଷ୍ଠ ନାଗରିକଙ୍କ ପାଇଁ ବିଶେଷ ସୁବିଧାସୁଯୋଗ ରହିବ । ଚିକିତ୍ସା, ରଚନାତ୍ମକ କାର୍ଯ୍ୟ, ସୁଯୋଗ, ଅବସର ବିନୋଦନ ନିମନ୍ତେ ବିବିଧ ବ୍ୟବସ୍ଥା ରହିବ । ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲ୍ଲାରେ କାର୍ଯ୍ୟ ଆଗେଇ ଚାଲିଥିବାବେଳେ ଜଟଣୀ ଓ ସମ୍ବଲପୁର କେନ୍ଦ୍ରର ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି ବୋଲି ମନ୍ତ୍ରୀ ଶ୍ରୀ ପଣ୍ଡା କହିଛନ୍ତି ।
ବିଭାଗର କମିଶନର ତଥା ଶାସନ ସଚିବ ଭାସ୍କର ଶର୍ମା ଚଳିତ ବର୍ଷ ବରିଷ୍ଠ ନାଗରିକ ଦିବସ ପାଳନର ଉଦ୍ଦେଶ୍ୟ ପ୍ରସଙ୍ଗ ଉପରେ ଆଲୋକପାତ କରିବା ସହିତ ବରିଷ୍ଠ ନାଗରିକଙ୍କ ମାନସିକ ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତ୍ନ ଦିଆଯିବା ଉଚିତ ବୋଲି କହିଥିଲେ । ବିଭାଗର ନିର୍ଦ୍ଦେଶକ ବ୍ରତତୀ ହରିଚନ୍ଦନ ବରିଷ୍ଠ ନାଗରିକଙ୍କ ସୁରକ୍ଷା ତଥା କଲ୍ୟାଣ ନିମନ୍ତେ ଉଦ୍ଦିଷ୍ଟ ରାଜ୍ୟ ସରକାରଙ୍କ ପ୍ରବର୍ତ୍ତିତ ‘ଅବଦାନ’ ଯୋଜନା ଉପରେ ସୂଚନା ଦେଇଥିଲେ ।
ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲାରେ ସମବେତ ବରିଷ୍ଠ ନାଗରିକମାନେ ଯୋଡ଼ି ହୋଇଥିଲେ ଏବଂ ବିଭିନ୍ନ ବରିଷ୍ଠ ନାଗରିକ ସଂଗଠନର ପ୍ରତିନିଧି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ବିଭାଗର ଅତିରିକ୍ତ ଶାସନ ସଚିବ ମଧୁମିତା ନାୟକ, ଯୁଗ୍ମ ନିର୍ଦ୍ଦେଶକ ସୋନିଆ ବେହେରା, ହେଲପ୍‌ଏଜ୍‌ ଇଣ୍ଡିଆର ଭାରତୀ ଚକ୍ରଙ୍କ ସମେତ ବରିଷ୍ଠ ନାଗରିକ ପ୍ରତିନିଧି କୃପାସିନ୍ଧୁ ସାହୁ, ରମାକାନ୍ତ ନାୟକ ଓ ଉମାକାନ୍ତ ସ୍ୱାଇଁ ପ୍ରମୁଖ ବକ୍ତବ୍ୟ ରଖିଥିଲେ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories