www.samajalive.in
Monday, December 15, 2025
26.1 C
Bhubaneswar

ପିକଅପ୍ ଭ୍ୟାନ୍-ଟ୍ରକ୍ ଧକ୍କା : ଜଣେ ମୃତ, ଦୁଇ ଗୁରୁତର

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ରୂପସା ଥାନା ହଳଦିପଦା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପିକଅପ୍ ଭ୍ୟାନ୍ ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତରଙ୍କୁ ପ୍ରଥମେ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ପିକଅପ୍ ଭ୍ୟାନ୍ ଟି ସୋର ଅଞ୍ଚଳରୁ ବସ୍ତା ଅଭିମୁଖେ ଯାଉଥିବାବେଳେ ବିପରୀତ ଦିଗରୁ ଏକ ଟ୍ରକ ଆସି ଧକ୍କା ଦେଇଛି। ମୃତକ ସୋର ଅଞ୍ଚଳର ସରଜୁ ସାହା ବୋଲି ଜଣାପଡିଛି। ଦୁର୍ଘଟଣା ଘଟିଥିବାର ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories