www.samajalive.in
Sunday, December 14, 2025
19.1 C
Bhubaneswar

ପାଇଲଟ ପ୍ରୋଜେକ୍ଟ ଶେଷ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଭାରତୀୟ ୱିଙ୍ଗ କମାଣ୍ଡର ଅଭିନନ୍ଦନଙ୍କୁ ପାକିସ୍ତାନ ମୁକ୍ତ କରିବାକୁ ଘୋଷଣା କରିବା ପରେ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଅନୌପଚାରିକ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଜାତୀୟ ବିଜ୍ଞାନ ଦିବସ ଅବସରରେ ବିଜ୍ଞାନ ଭବନରେ ଆୟୋଜିତ କାର୍ଯ୍ୟକ୍ରମ ପ୍ରଧାନମନ୍ତ୍ରୀ ମୋଦୀ ଇସାରରେ ଅଭିନନ୍ଦନଙ୍କ ବିଷୟରେ ଉଲ୍ଲେଖ କରିଛନ୍ତି। ମୋଦୀ କହିଛନ୍ତି ଆପଣମାନେ ପାଇଲଟ ପ୍ରଜେକ୍ଟ କରିବାର ପରମ୍ପରା ରହିଛି। ପାଇଲଟ ପ୍ରୋଜେକ୍ଟ ହେବା ପରେ ସ୍କେଲେବଲ କରାଯାଇଥାଏ। ଏବେ ଏବେ ଏକ ପାଇଲଟ ପ୍ରୋଜେକ୍ଟ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ଉପସ୍ଥିତ ଥିବା ଦର୍ଶକଙ୍କ ତାଳିରେ ପ୍ରଧାନମନ୍ତ୍ରୀଙ୍କ ଭାଷଣ ଅଟକି ରହିଥିଲା।
ସୂଚନାଯୋଗ୍ୟ ଯେ ଫେବୃଆରୀ ୨୭ ତାରିଖରେ ଭାରତୀୟ ବାୟୁ ସେନା କମାଣ୍ଡର ଅଭିନନ୍ଦନଙ୍କ ଯୁଦ୍ଧ ବିମାନ ପାକିସ୍ତାନରେ ଦୁର୍ଘଟଣା ଗସ୍ତ ହୋଇଥିଲା। ପରେ ଅଭିନନ୍ଦନଙ୍କୁ ପାକିସ୍ତାନ ସେନା ଅଟକ ରଖିଥିଲା। ଏହାକୁ ନେଇ ଆନ୍ତର୍ଜାତୀୟ ସ୍ତରରେ ଚାପ ରହିବା ଫଳରେ ପାକିସ୍ତାନ ଅଭିନନ୍ଦନଙ୍କୁ ଭାରତକୁ ପଠାଇବାକୁ କହିଛି। ପାକିସ୍ତାନ ସଂସଦରେ ପ୍ରଧାନମନ୍ତ୍ରୀ ଇମରାନ ଖାନ ଏହି ଘୋଷଣା କରିଛନ୍ତି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories