www.samajalive.in
Saturday, December 6, 2025
26.1 C
Bhubaneswar

ଶ୍ରୀମନ୍ଦିରର ବାଇଶି ପାହାଚରେ ପିଣ୍ଡଦାନ

ପୁରୀ : ଆଜି ପବିତ୍ର ମହାଳୟା ଅମାବାସ୍ୟା।ଭାରତୀୟ ପରମ୍ପରାରେ ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକାଧିକ ଶ୍ରାଦ୍ଧାନୁଷ୍ଠାନ କରାଯାଏ। ସେଗୁଡ଼ିକ ମଧ୍ୟରେ ମହାଳୟା ଶ୍ରାଦ୍ଧ ଶ୍ରେଷ୍ଠ। ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ କରାଯାଉଥିବାରୁ ଏହାକୁ ପିତୃପର୍ବ ମଧ୍ୟ କୁହାଯାଏ। ମହାଳୟା ତିଥିରେ ପିଣ୍ଡଦାନ କଲେ ପିତୃପୁରୁଷଙ୍କ ଆର୍ଶୀବାଦ ମିଳିଥାଏ। ହିନ୍ଦୁ ଧର୍ମର ପରମ୍ପରାରେ ଏହାକୁ ମଉଳା ଶ୍ରାଦ୍ଧ ବା ମହାଳୟା ଶ୍ରାଦ୍ଧ ବୋଲି କୁହାଯାଇଥାଏ। ଏହି ଦିନରେ ପୂର୍ବପୁରୁଷଙ୍କୁ ପିଣ୍ଡଦାନ କରାଯାଇଥାଏ।
ମହାଳୟାରେ ଶ୍ରୀମନ୍ଦିରର ବାଇଶି ପାହାଚରେ ପିଣ୍ଡଦାନ ଲାଗି ବହୁ ଆଜି ବହୁ ଶ୍ରଦ୍ଧାଳୁ ଭିଡ଼ ଜମିଛି। ରାଜ୍ୟର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁମାନେ ଆସି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରୁଛନ୍ତି। ପୁରୀରେ ପିଣ୍ଡଦାନ କଲେ ବହୁ ଶଭଫଳ ମିଳିଥାଏ ବୋଲି ବହୁ କାଳରୁ ଏହି ପରମ୍ପରା ରହିଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories