www.samajalive.in
Monday, December 15, 2025
26.1 C
Bhubaneswar

ଶ୍ରୀପତିତପାବନ ଦେବଙ୍କ ସ୍ନାନ ଯାତ୍ରା

ପିପିଲି : ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଦରଜୀସାହି ସ୍ଥିତ ପ୍ରଭୁ ଶ୍ରୀପତିତପାବନ ଦେବଙ୍କ ମନ୍ଦିରରେ ସ୍ନାନଯାତ୍ରା ସମାରୋହରେ ସଂପନ୍ନ ହୋଇଥିବା ବେଳେ ଠାକୁରଙ୍କୁ ଅଣସର ଘରେ ବିଜେ କରାଯାଇଛି ।
ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀପତିତପାବନ ଦେବଙ୍କ ମନ୍ଦିରରେ ସୋମବାର ସକାଳୁ ଠାକୁରଙ୍କର କେତେକ ସ୍ୱତନ୍ତ୍ର ନିତୀ କରାଯାଇଥିଲା। ପରେ ପୂର୍ବାହ୍ନ ୯ଟାରେ ଠାକୁରଙ୍କୁ ପହଣ୍ଡିରେ ଅଣାଯାଇ ସ୍ନାନମଣ୍ଡପରେ ବିଜେ କରାଯିବା ପରେ ସୁବାସିତ ଜଳରେ ସ୍ନାନ କରାଯାଇଥିଲା। ଠାକୁରଙ୍କ ନିକଟରେ ବାଳଭୋଗ ଓ ମଧ୍ୟାହ୍ନରେ ଅନ୍ନଧୂପ କରାଯିବା ପରେ ଅପରାହ୍ନ ୫ଟାରେ ଠାକୁର ଭକ୍ତ ମାନଙ୍କୁ ଗଜାନନ ବେଶରେ ଦର୍ଶନ ଦେଇଥିଲେ। ସଂନ୍ଧ୍ୟା ସାଢେ ୬ଟାରେ ସଂନ୍ଧ୍ୟାଆଳତି କରାଯାଇଥିବା ବେଳେ ଠାକୁରଙ୍କୁ ଦର୍ଶନ କରିବାକୁ ମନ୍ଦିର ପରିସରରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଥିଲା। ପରେ ରାତି ୯ଟାରେ ଠାକୁରଙ୍କର କେତେକ ସ୍ୱତନ୍ତ୍ର ନିତୀ କରାଯିବା ପରେ ଅଣସର ଘରକୁ ନିଆଯାଇଥିଲା। ମନ୍ଦିରର ମୁଖ୍ୟପୂଜକ ଲକ୍ଷ୍ମୀଧର ପଣ୍ଡା, ଦଇତାସେବକ ଜୟଦେବ ମହାପାତ୍ର, ଅକ୍ଷୟ ମହାପାତ୍ର, ଚନ୍ଦନ ମହାପାତ୍ର ପ୍ରମୁଖ ଠାକୁରଙ୍କର ସମସ୍ତ ନିତୀକୁ ତୁଳାଇଥିବା ବେଳେ ମନ୍ଦିରର ଟ୍ରଷ୍ଟି ସୁରେଶ ଚନ୍ଦ୍ର ମହାପାତ୍ର, କାର୍ଯ୍ୟକାରୀ ସଭାପତି ବିଜୟ ମହାପାତ୍ର, ମନ୍ଦିର ପରିଚାଳନା କମିଟିର ମୁଖ୍ୟ ଉପଦେଷ୍ଠା ନୃସିଂହ ମହାପାତ୍ର, ରଥଯାତ୍ରା ପରିଚାଳନା କମିଟିର ସଭାପତି ରମେଶ ଚନ୍ଦ୍ର ଶତପଥୀ, ସଂପାଦକ ପ୍ରଭାତ କୁମାର ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଏହି ଅବସରରେ ମନ୍ଦିରରେ ସଂକୀର୍ତ୍ତନ ପରିବେଷଣ କରାଯାଇଥିଲା।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories