www.samajalive.in
Saturday, December 6, 2025
23.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ପିପିଲିରେ ସ୍ୱାଗତ

ପିପିଲି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍‍ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ପୁରୀରେ ୧୦୦ ସିଟ୍‍ ବିଶିଷ୍ଟ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ପ୍ରତିଷ୍ଠା ପାଇଁ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ବେଳେ ଏଥିପାଇଁ ୨୨୪ କୋଟି ୫୫ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପକୁ ପିପିଲି ବିଜେଡି ପକ୍ଷରୁ ଭରପୁର ସ୍ୱାଗତ କରାଯିବା ସହ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଯାଇଛି। ସୋମବାର ସଂନ୍ଧ୍ୟାରେ ଶତାଧିକ ବିଜେଡି କର୍ମୀ, ନେତା ଓ ସମର୍ଥକମାନେ ପିପିଲି ବିଜେଡି କାର୍ଯ୍ୟାଳୟ ସନ୍ନିକଟ ଶ୍ରୀବାଟମହାବୀରଙ୍କ ମନ୍ଦିରରେ ଦୀପ ଲଗାଇ ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପକୁ ସ୍ୱାଗତ କରିଥିଲେ। ପିପିଲି ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ସେଠାରେ ଆୟୋଜିତ ଏକ ସଭାରେ ବ୍ଲକ ଉପାଧ୍ୟକ୍ଷ ଯୁଧିଷ୍ଠୀର ସ୍ୱାଇଁ, ବ୍ଲକ ଆତ୍ମା କମିଟିର ଅଧ୍ୟକ୍ଷ ଧରଣୀଧର ସାହୁ, ପୁରୀ ଜିଲା ବିଜେଡିର ସାଧାରଣ ସଂପାଦକ କିଶୋର ଛୋଟରାୟ, ଜିଲା ଯୁବ ବିଜେଡି ସଭାପତି ନାରାୟଣ ସ୍ୱାଇଁ, ବରିଷ୍ଟ ନେତା ସଦାଶିବ ଦାଶ, ଛାତ୍ରନେତା ଜ୍ୟୋତିରଞ୍ଜନ ପୃଷ୍ଟି, ରଶ୍ମି ବିଶ୍ୱାଳ, ତପନ ନାୟକ, ଯୁବନେତା ବିଶ୍ୱଜିତ ଦାଶ, ସେକ୍‍ ସଫିଉଲ୍ଲା ପ୍ରମୁଖ ଯୋଗଦେଇ ଆଗାମୀ ଦିନରେ ପୁରୀକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଉଦ୍ୟମ ଜାରି ରଖିଥିବା କହିବା ସହ ପୁରୀରେ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ନୂତନ ହସ୍‍ପିଟାଲ ପ୍ରତିଷ୍ଠା ହେବା ଦ୍ୱାରା ଜିଲାବାସୀଙ୍କ ସମେତ ଏଠାକୁ ଆସୁଥିବା ଦେଶବିଦେଶର ପର୍ଯ୍ୟଟକ ଓ ଶ୍ରଦ୍ଧାଳୁମାନେ ବିଶେଷ ଉପକୃତ ହୋଇପାରିବେ ବୋଲି ମତବ୍ୟକ୍ତ କରିଥିଲେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories