www.samajalive.in
Saturday, December 6, 2025
14.1 C
Bhubaneswar

ଭୁବନେଶ୍ଵର – ପୁରୀ ଜାତୀୟ ରାଜପଥରେ ଦୁର୍ଘଟଣା, ଜଣେ ମୃତ

ପିପିଲି : ଭୁବନେଶ୍ଵର – ପୁରୀ ଜାତୀୟ ରାଜପଥ ଗୁଡିଆପୋଖରୀ ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ।ଏହି ଦୁର୍ଘଟଣାରେ ଜଣଙ୍କକର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ଜଣଙ୍କ କଣାସ ବ୍ଲକ ସିରେଇ ଗ୍ରାମର ବୋଲି ଜଣାପଡିଛି ।
ସୂଚନାଅନୁସାରେ ସକାଳେ ଗୁଡୁଆପୋଖରୀ ରୁ ଭୁବନେଶ୍ଵର ଯାଉଥିବା ଏକ ଟ୍ରକକୁ ପଛରୁ ବାଇକ ଧକ୍କା ଦେଇଥିଲା । ବାଇକ ଟ୍ରକ ପଛରେ ଧକ୍କାଦେବା ଫଳରେ ବାଇକ ଚଳାକ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଥିବା ବେଳେ ପଛରେ ବସିଥିବା ବ୍ୟକ୍ତି ଜଣଙ୍କ ଗୁରୁତର ଆହତ ହୋଇଥିଲେ । ପିପିଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇଟି ଗାଡିକୁ ଜବଦ କରିବା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ଆହତ ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ଵର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories