www.samajalive.in
Wednesday, December 10, 2025
16.1 C
Bhubaneswar

ପିପିଲିରେ ବାହୁଡା ଯାତ୍ରା ସମ୍ପନ୍ନ

ପିପିଲି : ପିପିଲିର ଆରାଧ୍ୟ ଠାକୁର ପ୍ରଭୁ ଶ୍ରୀପତିତପାବନ ଦେବଙ୍କ ପବିତ୍ର ବାହୁଡାଯାତ୍ରା ଶୁକ୍ରବାର ମହାସମାରୋହରେ ସମ୍ପନ୍ନ ହୋଇଛି। ପିପିଲି ପୌରାଞ୍ଚଳ ଅନ୍ତର୍ଗତ ମଢିଆଳି ସାହି ସ୍ଥିତ ମା’ ପଢେଇଶୁଣି ଠାକୁରାଣୀଙ୍କ ମନ୍ଦିର ସଂଲଗ୍ନ ମାଉସୀ ମା’ଙ୍କ ମନ୍ଦିରରେ ସକାଳେ ମହାପ୍ରଭୂ ଶ୍ରୀଜଗନ୍ନାଥ, ବଡଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କର ବିଭିନ୍ନ ରୀତନିତୀ ସମ୍ପନ୍ନ କରାଯାଇଥିଲା। ମଙ୍ଗଳ ଆରତି, ମଇଲମ, ତଡପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଗୋପାଳ ବଲ୍ଲଭ, ସକାଳ ଧୂପ, ସେନାପଟାଲାଗି, ମଙ୍ଗଳାର୍ପଣ ପରେ ପହଣ୍ଡିରେ ଅଣାଯାଇ ଠାକୁରମାନଙ୍କୁ ରଥାରୁଢ କରାଯାଇଥିଲା। ମନ୍ଦିରର ମୁଖ୍ୟପୂଜକ ଲକ୍ଷ୍ମୀଧର ପଣ୍ଡାଙ୍କ ଦ୍ୱାରା ପୂଜାର୍ଚ୍ଛନା କରାଯାଇଥିଲା। ଦଇତା ସେବକ ଜୟଦେବ ମହାପାତ୍ର, ଅକ୍ଷୟ ମହାପାତ୍ର ଓ ଚନ୍ଦନ ମହାପାତ୍ର ଠାକୁରଙ୍କ ବିଭିନ୍ନ ସେବାନୀତି କରିଥିଲେ। ସମାଜସେବୀ ପ୍ରଭାକର ପଣ୍ଡା ଠାକୁର ମାନଙ୍କର ଛେରାପହଁରା କରିବା ପରେ ଅପରାହ୍ନ ୩ଟାରେ ରଥଟଣା ଆରମ୍ଭ ହୋଇଥିଲା। ଘଣ୍ଟ, ଘଣ୍ଟା, କାହାଳୀ, ମୃଦଙ୍ଗ ସାଙ୍ଗକୁ ହରିବୋଲ, ହୁଳହୁଳି ଧ୍ୱନିରେ ରଥଟଣା ରାସ୍ତା ପ୍ରକମ୍ପିତ ହୋଇଥିଲା। ମା’ପଢେଇଶୁଣି ଠାକୁରାଣୀଙ୍କ ମନ୍ଦିର ଠାରୁ ଶ୍ରୀପତିତପାବନ ଦେବଙ୍କ ମନ୍ଦିର ପର୍ଯ୍ୟନ୍ତ ଦୀର୍ଘ ଅଢେଇ କିଲୋମିଟର ରାଜପଥ ଉପରେ ଶତାଧିକ ଭକ୍ତ ରଥକୁ ପ୍ରବଳ ଉତ୍ସାହ ଓ ଉଦ୍ଦିପନାର ସହ ଟାଣି ଟାଣି ନେଇଥିଲେ। ରଥ ଉପରେ ଲକ୍ଷ୍ମୀଧର ମିଶ୍ର ଡାହୁକ ରୁପେ କାର୍ଯ୍ୟ ସମ୍ପାଦନ କରିଥିଲେ। ଆଇଆଇସି ଶରତ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପିପିଲି ଥାନା ସମ୍ମୁଖରେ ଥାନା ପକ୍ଷରୁ ରଥ ଉପରେ ଠାକୁରମାନଙ୍କୁ ପନ୍ଥିଭୋଗରେ ଛେନାପୋଡ, ବିରିରେ ପ୍ରସ୍ତୁତ ପୋଡପିଠା, ରସଗୋଲା, କାକରା ପିଠା, ଛେନାଝିଲି, ଗଜାମୁଗ, ଚୁଡାଘସା ଆଦି ଅର୍ପଣ କରାଯାଇଥିଲା। ପିପିଲି ରଥଯାତ୍ରା ପରିଚାଳନା କମିଟିର ସଭାପତି ଇଂ ରମେଶ ଚନ୍ଦ୍ର ଶତପଥି, ଉପସଭାପତି ବାମଦେବ ମିଶ୍ର, ସଂପାଦକ ପ୍ରଭାତ କୁମାର ମହାପାତ୍ର, ସୁରେନ୍ଦ୍ର ମହାପାତ୍ର, ରମେଶ ଚନ୍ଦ୍ର ମହାପାତ୍ର, ଉପଦେଷ୍ଠା ତଥା ବରିଷ୍ଠ ଆଡ୍‍ଭୋକେଟ ସୁଧିର ମହାନ୍ତି, ମନ୍ଦିରର ଟ୍ରଷ୍ଟି ସୁରେଶ ଚନ୍ଦ୍ର ମହାପାତ୍ର, ମନ୍ଦିର ପରିଚାଳନା କମିଟିର ସଭାପତି ବିଜୟ କୁମାର ମହାପାତ୍ର, ଉପଦେଷ୍ଠା ନୃସିଂହ ମହାପାତ୍ର, ଆଦିତ୍ୟ ପ୍ରସାଦ ରଥ ପ୍ରମୁଖ ଏହି ବାହୁଡାଯାତ୍ରାକୁ ପରିଚାଳନା କରିଥିଲେ। ଶାନ୍ତି ଶୃଙ୍ଖଳା ରକ୍ଷା ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପିପିଲି ପୁଲିସ ଉପସ୍ଥିତ ଥିବା ବେଳେ ପିପିଲି କଲେଜର ସମର ଶିକ୍ଷାର୍ଥି ବାହିନୀ, ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ, ସଂଗଠିତ ହିନ୍ଦୁ ପରିବାରର କର୍ମକର୍ତ୍ତା ଓ ସଦସ୍ୟ, ବିଦ୍ୟୁତ ବିଭାଗର କର୍ମଚାରୀଙ୍କ ସମେତ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ମାନେ ଏଥିରେ ସକ୍ରୀୟ ସହଯୋଗ କରିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories