www.samajalive.in
Thursday, December 11, 2025
15.1 C
Bhubaneswar

ଦର ବୃଦ୍ଧିକୁ ନେଇ ମହିଳା ବିଜେଡିର ଧାରଣା ଓ ପ୍ରତିବାଦ ସଭା

ପିପିଲି:ପେଟ୍ରୋଲ, ଡିଜେଲ, ରନ୍ଧନଗ୍ୟାସ, ଖାଇବା ତେଲ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ଦର ବୃଦ୍ଧିକୁ ବିରୋଧ କରି ପିପିଲି ବ୍ଲକ ବିଜୁ ମହିଳା ଜନତା ଦଳ ପକ୍ଷରୁ ସୋମବାର ପିପିଲିରେ ଶୋଭାଯାତ୍ରା, ଧାରଣା ଓ ପ୍ରତିବାଦ ସଭା କରାଯାଇଛି। ଏହି ଅବସରରେ ପିପିଲି ବିଡିଓଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।

 

- Advertisement -

ପିପିଲି ବ୍ଲକ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଜ୍ୟୋସ୍ନାରାଣୀ ପୃଷ୍ଟିଙ୍କ ନେତୃତ୍ୱରେ ଶତାଧିକ ମହିଳାନେତ୍ରୀ ଓ କର୍ମୀମାନେ ଦରଦାମ ବୃଦ୍ଧିକୁ ବିରୋଧ କରି ପିପିଲି ହାଟଛକ ଠାରୁ ଏକ ଶୋଭାଯାତ୍ରାରେ ବାହାରି କେନ୍ଦ୍ର ସରକାର ବିରୋଧି ବିଭିନ୍ନ ସ୍ଲୋଗାନ ଦେଇ କୋର୍ଟ ଛକ, ମଢିଆଳି ଛକ, ମେଡିକାଲ ଛକ ଦେଇ ପିପିଲି ବ୍ଲକ ସମ୍ମୁଖରେ ପହଞ୍ଚିଥିଲେ। ସେଠାରେ ଶ୍ରୀମତୀ ପୃଷ୍ଟିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରତିବାଦ ସଭାରେ ବିଧାୟକ ରୁଦ୍ରପ୍ରତାପ ମହାରଥୀ, ବ୍ଲକ ଅଧ୍ୟକ୍ଷା କଳ୍ପନା ସାମନ୍ତରାୟ, ପିପିଲି ଏନଏସି ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ମମତା ମଲ୍ଲିକ, ନାରୀନେତ୍ରୀ ଝୁନାମଣି ମଲ୍ଲିକ, ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ ସ୍ୱାଇଁ, ବ୍ଲକ ଉପାଧ୍ୟକ୍ଷ ଯୁଧିଷ୍ଠିର ସ୍ୱାଇଁ, ବ୍ଲକ ଆତ୍ମା କମିଟି ଅଧ୍ୟକ୍ଷ ଧରଣୀଧର ସାହୁ, ବିଜୁ ଯୁବ ଜନତା ଦଳର ପୁରୀ ଜିଲା ସଭାପତି ନାରାୟଣ ସ୍ୱାଇଁ, ପୁରୀ ଜିଲା ବିଜେଡି ସାଧାରଣ ସମ୍ପାଦକ କିଶୋର ଛାଟରାୟ ପ୍ରମୁଖ ଯୋଗଦେଇ କେନ୍ଦ୍ର ବିଜେପି ସରକାରଙ୍କ ଦରଦାମ ବୃଦ୍ଧିକୁ କଡା ସମାଲୋଚନା କରିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories